ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ ହୋଇଥିବା ବେଳେ ୧୩୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକରୁ ସର୍ବାଧିକ ୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ୪୦, ନୂଆପଡ଼ା ଏବଂ ସମ୍ବଲପୁରରୁ ୨୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ବରଗଡ଼ ୧୪, ଭଦ୍ରକ ୧, ଦେବଗଡ଼ ୨, ଗଞ୍ଜାମ ୩, ଜଗତସିଂହପୁର ୫, ଯାଜପୁର ୧୫, ଝାରସୁଗୁଡ଼ା ୭, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୭, କୋରାପୁଟ ୩, ମାଲକାନଗିରି ୨, ମୟୂରଭଞ୍ଜ ୧୭, ନବରଙ୍ଗପୁର ୩, ନୟାଗଡ଼ ୪,ପୁରୀ ୧, ରାୟଗଡ଼ା ୧,ସୋନପୁର ୨ ଏବଂ ସୁନ୍ଦରଗଡ଼ରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୬।

ସେହିପରି ଆଜି ରାଜ୍ୟରେ ୨ ଜଣଙ୍କ ଜୀବନ ନେଇଛି କରୋନା। ପୁରୀ ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ବେଳେ ୩,୨୫,୧୦୩ଜଣ ସୁସ୍ଥ ହୋଇଛନ୍ତି। ୨୫୯୩ ଜଣ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri