କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୦ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫୧ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨ ଏବଂ ମୟୂରଭଞ୍ଜରୁ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ଭଦ୍ରକ ୧, ବଲାଙ୍ଗୀର ୧୦, ଢେଙ୍କାନାଳ ୪, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୪, ଯାଜପୁର ୯, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୮, ମାଲକାନଗିରି ୧, ନୟାଗଡ଼ ୩, ପୁରୀ ୨, ରାୟଗଡ଼ା ୧, ସମ୍ବଲପୁରର ୭, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୧,୭୭୩ରେ ପହଞ୍ଚିଥିବା ବେଳେ ୧୦,୨୯,୧୪୭ଜଣ ସୁସ୍ଥ ହୋଇଛନ୍ତି। ୪୨୩୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri