ରାଜ୍ୟରେ ନିର୍ମାଣ ହେବ ୩୧୮ ବସ୍‌ଷ୍ଟାଣ୍ଡ, କ୍ୟାବିନେଟ୍‌ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ପରିବହନ ଭିତ୍ତିଭୂମି ଓ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆମ ବସ୍‌ଷ୍ଟାଣ୍ଡ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୩୦ ଜିଲାରେ ୩ଟି ପର୍ଯ୍ୟାୟରେ ସମୁଦାୟ ୩୧୮ଟି ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ପ୍ରସ୍ତାବ ରହିଛି। ୨୦୨୩ ଅକ୍ଟୋବର ୧୯ ତାରିଖରେ ଏହି ଯୋଜନାର ପ୍ରଥମ ପର୍ଯ୍ୟାୟକୁ କ୍ୟାବିନେଟ୍‌ ଅନୁମୋଦନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୫୫ ନୂଆ ବସ୍‌ଷ୍ଟାଣ୍ଡର ବିକାଶ କରାଯାଇଛି। ଏହି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ୧୩୩ଟି ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ। ସେହିପରି ତୃତୀୟ ପର୍ଯ୍ୟାୟରେ ୧୩୦ଟି ନିର୍ମାଣ ହେବ। ଏଥିସହିତ ଏହି ଯୋଜନାରେ କିଛି ବସ୍‌ଷ୍ଟାଣ୍ଡକୁ ଅନ୍ତର୍ଭୁକ୍ତ କରାଯିବ। ଏହି ଯୋଜନାର କାର୍ଯ୍ୟକାଳ ୬ ବର୍ଷ ଅର୍ଥାତ୍‌ ୨୦୨୩-୨୪ ଏବଂ ୨୦୨୮-୨୯ ପର୍ଯ୍ୟନ୍ତ ରହିବ। ଏଥିରେ ପ୍ରାୟ ୬୧୬୪.୮୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri