ରାଜ୍ୟରେ ନିର୍ମାଣ ହେବ ୩୧୮ ବସ୍‌ଷ୍ଟାଣ୍ଡ, କ୍ୟାବିନେଟ୍‌ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ପରିବହନ ଭିତ୍ତିଭୂମି ଓ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆମ ବସ୍‌ଷ୍ଟାଣ୍ଡ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୩୦ ଜିଲାରେ ୩ଟି ପର୍ଯ୍ୟାୟରେ ସମୁଦାୟ ୩୧୮ଟି ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ପ୍ରସ୍ତାବ ରହିଛି। ୨୦୨୩ ଅକ୍ଟୋବର ୧୯ ତାରିଖରେ ଏହି ଯୋଜନାର ପ୍ରଥମ ପର୍ଯ୍ୟାୟକୁ କ୍ୟାବିନେଟ୍‌ ଅନୁମୋଦନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୫୫ ନୂଆ ବସ୍‌ଷ୍ଟାଣ୍ଡର ବିକାଶ କରାଯାଇଛି। ଏହି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ୧୩୩ଟି ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ। ସେହିପରି ତୃତୀୟ ପର୍ଯ୍ୟାୟରେ ୧୩୦ଟି ନିର୍ମାଣ ହେବ। ଏଥିସହିତ ଏହି ଯୋଜନାରେ କିଛି ବସ୍‌ଷ୍ଟାଣ୍ଡକୁ ଅନ୍ତର୍ଭୁକ୍ତ କରାଯିବ। ଏହି ଯୋଜନାର କାର୍ଯ୍ୟକାଳ ୬ ବର୍ଷ ଅର୍ଥାତ୍‌ ୨୦୨୩-୨୪ ଏବଂ ୨୦୨୮-୨୯ ପର୍ଯ୍ୟନ୍ତ ରହିବ। ଏଥିରେ ପ୍ରାୟ ୬୧୬୪.୮୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri