ପ୍ରଚାର ମୋଡ଼ ବଦଳାଇଲେ କମଲା ହାରିସ୍‌

ଓ୍ବାଶିଂଟନ,୧୪/୮:ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଆମେରିକାର ରାଜନୈତିକ ପାଣିପାଗରେ ଉଷ୍ମତା ଭରିଦେଇଛି। ବିଶେଷକରି ଭାରତୀୟ ବଂଶୋଦ୍ଭବ କାଲିଫର୍ନିଆ ସିନେଟର କମଲା ହାରିସ୍‌ ଡେମୋକ୍ରାଟିକ୍‌ ପାର୍ଟିରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଅବତୀର୍ଣ୍ଣ ପରେ ତାଙ୍କ ପ୍ରେସିଡେନ୍ସିଆଲ ନୋମିନି ଜୋ ବିଡେନଙ୍କ ପ୍ରଚାର ରୋଚକ ମୋଡରେ ପହଞ୍ଚତ୍ଛି। ବିଡେନ ଓ ହାରିସ୍‌ ବୁଧବାର ପ୍ରଥମଥର ପାଇଁ ଗୋଟିଏ ମଞ୍ଚରେ ଛିଡ଼ାହୋଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ହ୍ବାଇଟ୍‌ ହାଇସ୍‌ ରେକର୍ଡ ଶେୟାର କରିଛନ୍ତି। ରିପବ୍ଲିକାନ ଟ୍ରମ୍ପ୍‌ ରାଷ୍ଟ୍ରପତି ପଦ ପାଇଁ ଯୋଗ୍ୟ ନୁହନ୍ତି ବୋଲି ଦୁହେଁ ସମାଲୋଚନା କରିଛନ୍ତି।
୭୭ ବର୍ଷୀୟ ଶ୍ୱେତାଙ୍ଗ ଜୋ ବିଡେନ ମଙ୍ଗଳବାର ୫୫ ବର୍ଷୀୟା କମଲା ହାରିସ୍‌ଙ୍କୁ ତାଙ୍କର ଭାଇସ୍‌ ପ୍ରେସିଡେନ୍ସିଆଲ ରନିଂ ମେଟ୍‌ ଭାବେ ଚୟନ କରିଥିଲେ। ଆମେରିକାର ଏକ ବଡ଼ ରାଜନୈତିକ ଦଳରୁ ଜଣେ କୃଷ୍ଣକାୟ ମହିଳା ଭାବେ ଏହି ଦୌଡ଼ିରେ ସାମିଲ ହେବାରେ ହାରିସ୍‌ ହେଉଛନ୍ତି ପ୍ରଥମ। ଏହାର ଦିନକ ପରେ ଦୁଇନେତା ଡେଲାଓ୍ବେରସ୍ଥିତ ଓ୍ବିଲମିଙ୍ଗଟନରେ ପ୍ରଥମଥର ପାଇଁ ଗୋଟିଏ ମଞ୍ଚରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ଅବସରରେ ବିଡେନ କହିଥିଲେ, ଉପରାଷ୍ଟ୍ରପତି ପଦ ଲାଗି ହାରିସ୍‌ ଜଣେ ସ୍ମାର୍ଟ, ଟାଣୁଆ ଏବଂ ଆମେରିକାର ମଧ୍ୟବିତ୍ତଙ୍କ ପାଇଁ ଲଢ଼ୁଆ ପ୍ରାର୍ଥୀ। କିପରି କଠୋର ନିଷ୍ପତ୍ତି ନିଆଯାଏ ତାଙ୍କୁ ଭଲ ଭାବେ ଜଣା। ସେ ପ୍ରଥମ ଦିନରୁ ହିଁ ଏହି କାମ କରିବାକୁ ପ୍ରସ୍ତୁତ। ଆମେ ଦୁହେଁ ଏକ ଉନ୍ନତ ଭବିଷ୍ୟତ ପାଇଁ ଦେଶକୁ ପୁନର୍ଗଠନ କରିବା ସକାଶେ ପ୍ରସ୍ତୁତ ହୋଇ ରହିଛୁ।
କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମ ସର୍ବସାଧାରଣଙ୍କ ନିମନ୍ତେ ଖୋଲା ନ ଥିଲା। ଉଭୟ ବିଡେନ ଓ ହାରିସ୍‌ ସେଫ୍ଟି ମାସ୍କ ପିନ୍ଧି ସାମାଜିକ ଦୂରତ୍ୱ ଅବଲମ୍ବନ ପୂର୍ବକ ଚାଲି ଚାଲି ଖବରଦାତାଙ୍କୁ ସମ୍ବୋଧନ କରିବା ପାଇଁ ମଞ୍ଚ ଉପରକୁ ଆସିଥିଲେ। ଏହି ଅବସରରେ ହାରିସ୍‌ କହିଥିଲେ, ସେମାନେ ଜିତିବା ପରେ ବିଡେନ ପ୍ରଶାସନ ଲକ୍ଷ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଜଳବାୟୁ ପରିବର୍ତ୍ତନ ପାଇଁ ଲଢ଼େଇ କରିବା ସହ ସମସ୍ତଙ୍କୁ ସୁହାଇଲା ଭଳି ଏକ କେୟାର ଆକ୍ଟ ଆଣିବ। ଆମେରିକୀୟଙ୍କ ମଙ୍ଗଳ ପାଇଁ ଅନେକ କଠୋର ପଦକ୍ଷେପ ନିଆଯିବ। ଉପରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ଥର ଲାଗି ସେ ଟ୍ରମ୍ପ୍‌ ପ୍ରଶାସନର ସାଢ଼େ ୩ ବର୍ଷର କାର୍ଯ୍ୟକାଳକୁ ସମାଲୋଚନା କରିଥିଲେ। ଟ୍ରମ୍ପ୍‌ ସରକାର ନେଇଥିବା ଅନେକ ଭୁଲ୍‌ ପଦକ୍ଷେପର ଏକ ଲମ୍ବା ତାଲିକାକୁ ହାରିସ୍‌ ଉପସ୍ଥାପନ କରିଥିଲେ। ରାଷ୍ଟ୍ରପତି ପଦ ପାଇଁ ଜଣେ ଅଯୋଗ୍ୟ ବ୍ୟକ୍ତିଙ୍କୁ ଜିତାଇବା ଦ୍ୱାରା ଯାହା ହୋଇଛି ତାହା ଆମେ ସମସ୍ତେ ଦେଖିପାରୁଛେ। ଆମ ଦେଶ ଛିନ୍ନଭିନ୍ନ ହୋଇଯାଇଛି ଏବଂ ବିଶ୍ୱରେ ମଧ୍ୟ ଆମ ପ୍ରତିଷ୍ଠା ହାନି ହୋଇଛି। ସେମାନେ ଆମକୁ କେଉଁ ଅବସ୍ଥାକୁ ଆଣିଛନ୍ତି ଦେଖନ୍ତୁ। ୧୬ ନିୟୁତରୁ ଅଧିକ ଲୋକ ନିଯୁକ୍ତି ହରାଇଲେଣି, ସ୍କୁଲକୁ ଫେରିପାରୁ ନ ଥିବା ଲକ୍ଷ ଲକ୍ଷ ପିଲା ଦାରିଦ୍ର୍ୟ ଅବସ୍ଥାରେ ଅଛନ୍ତି, ପ୍ରତି ୫ ଜଣ ମା’ରେ ଜଣେ ନିଜ ପିଲାଙ୍କୁ ଖାଇବାକୁ ଦେଇପାରୁ ନାହାନ୍ତି ଏବଂ କରୋନାରେ ୧୬୫,୦୦୦ ଲୋକ ପ୍ରାଣ ହରାଇଲେଣି। ଏସବୁ କେବଳ ଟ୍ରମ୍ପ୍‌ ପ୍ରଶାସନର ଭୁଲ୍‌ ନୀତି ଯୋଗୁ ହୋଇଛି ବୋଲି ହାରିସ୍‌ ସମାଲୋଚନା କରିଥିଲେ। ଇତିମଧ୍ୟରେ ହାରିସ୍‌ଙ୍କୁ ନିଜର ରନିଂ ମେଟ୍‌ ଭାବେ ଚୟନ କରିବାର ୨୪ ଘଣ୍ଟା ମଧ୍ୟରେ ବିଡେନ୍‌ ନିଜ ପ୍ରେସିଡେନ୍ସିଆଲ କ୍ୟାମ୍ପେନ ପାଇଁ ୨୬ ନିୟୁତ ଡଲାର ପାଣ୍ଠି ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri