ପୂର୍ବାହ୍ନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ମତଦାନ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ମଙ୍ଗଳବାର ସକାଳ ୭ଟାରୁ ଚାଲିଛି ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟର ମତଦାନ କରିସାରିଛନ୍ତି। ମତଦାନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟ ସାଧାରଣ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ଚାଲିବ।

ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌ ରହିଛି। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳରେ ରହିଛି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ବୁଥ୍‌ ମଧ୍ୟରୁ ୮ଟି ଦୁର୍ଗମ ପାହାଡ଼ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଲା, ୩୨୦ ସୋସେଙ୍ଗ, ୩୨୧ ସୋସେଙ୍ଗ-୨, ୩୨୨ ଦେଓସିଲ, ୩୨୪ ସୁନାବେଡ଼ା-୧, ୩୨୫ ସୁନାବେଡ଼ା-୧(କ), ୩୨୬ ଜାମଗାଁ, ୩୨୭ ଗତିବେଡା ଓ ୩୨୮ ଗତିବେଡା-୨।

Dharitri – Odisha’s No.1 Odia Daily

Share