Posted inଜାତୀୟ

ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର

ନୂଆଦିଲ୍ଲୀ,୧୨।୫: ଅପରେଶନ ସିନ୍ଦୂର ସମୟରେ ବନ୍ଦ ହୋଇଥିବା ୩୨ଟି ବିମାନବନ୍ଦରକୁ ପୁଣି ଖୋଲାଯାଇଛି। ସୋମବାର (୧୨ ମଇ, ୨୦୨୫) ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିମାନବନ୍ଦର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଦେଶର ଉତ୍ତର ଏବଂ ପଶ୍ଚିମ ଭାଗରେ ୩୨ ଟି ବିମାନବନ୍ଦର ଖୋଲିବା ପାଇଁ AAI ବିମାନ କର୍ମଚାରୀମାନଙ୍କୁ ଏକ ନୋଟିସ (NOTAM) ଜାରି କରିଛି।
ଏହି ବିମାନବନ୍ଦରଗୁଡ଼ିକ ହେଉଛି, ଉଧମପୁର, ଅମ୍ବାଲା, ଅମୃତସର, ଅବନ୍ତୀପୁର, ବଠିଣ୍ଡା, ଭୁଜ, ବିକାନେର, ଚଣ୍ଡିଗଡ଼, ହଲୱାରା, ହିଣ୍ଡନ, ଜୈସଲମେର, ଜମ୍ମୁ, ଜାମନଗର, ଯୋଧପୁର, କାଣ୍ଡଲା, କାଙ୍ଗଡା (ଗଗଲ), କେଶୋଡ, କିଶନଗଡ଼, କୁଲ୍ଲୁ ମନାଲି(ଭୁଂତର),ଲେହ, ଲୁଧିଆନା, ମୁଦ୍ରା, ନାଲିଆ, ପଠାନକୋଟ, ପଟିଆଲା, ପୋରବନ୍ଦର, ରାଜକୋଟ (ହିରାଜସର), ସରସୱା, ଶିମଲା, ଶ୍ରୀନଗର, ଥୋଏସ ଏବଂ ଉତ୍ତରଲାଇ। ସୂଚନାଯୋଗ୍ୟ, ଭାରତ-ପାକିସ୍ତାନ ଯୁଦ୍ଧ ମଧ୍ୟରେ ୨୦୦ରୁ ଅଧିକ ବିମାନ ବାତିଲ ଏବଂ ପ୍ରଭାବିତ ହୋଇଥିଲା। ଭାରତର ବିଭିନ୍ନ ପ୍ରମୁଖ ଏୟାରଲାଇନ୍ସ ଯାଞ୍ଚ କରିବା ଏବଂ ତଦନୁସାରେ ଯାତ୍ରା କରିବା ପାଇଁ ଯାତ୍ରା ପରାମର୍ଶ ଜାରି କରିଛନ୍ତି।
୧୦ ମେ’ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ଏବଂ ରବିବାର (୧୧ ମଇ, ୨୦୨୫) ନିୟନ୍ତ୍ରଣ ରେଖାରେ ପ୍ରାୟତଃ ଶାନ୍ତିପୂର୍ଣ୍ଣ ପରିସ୍ଥିତି ପରେ, AAI ଏବଂ ଭାରତର ଅନ୍ୟାନ୍ୟ ବିମାନ ଚଳାଚଳ କର୍ତ୍ତୃପକ୍ଷ ୩୨ଟି ବିମାନବନ୍ଦର ପୁନଃ ଖୋଲିବା ସମ୍ପର୍କରେ ଏକ ନୋଟିସ ଜାରି କରିଛନ୍ତି। AAI କହିଛି, ‘ଏହାକୁ ସୂଚିତ କରାଯାଉଛି ଯେ ଏହି ବିମାନବନ୍ଦରଗୁଡ଼ିକ ଏବେ ତୁରନ୍ତ ପ୍ରଭାବରୁ ବେସାମରିକ ବିମାନ ପରିଚାଳନା ପାଇଁ ଉପଲବ୍ଧ। ଯାତ୍ରୀମାନଙ୍କୁ ଏୟାରଲାଇନ୍ସ ସହିତ ସିଧାସଳଖ ବିମାନ ସ୍ଥିତି ଯାଞ୍ଚ କରିବାକୁ ଏବଂ ନିୟମିତ ଅପଡେଟ ପାଇଁ ଏୟାରଲାଇନ୍ସ ୱେବସାଇଟ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।’


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri