Posted inଜାତୀୟ

ୟୁପିରେ ଅଜ୍ଞାତ ଜ୍ୱର ନେଲାଣି ୩୨ ଛୁଆଙ୍କ ଜୀବନ

ଫିରୋଜାବାଦ୍‌,୩୧।୮: ଏକ ଅଜ୍ଞାତ ଜ୍ୱର କାରଣରୁ ଉତ୍ତର ପ୍ରଦେଶର ଫିରୋଜାବାଦରେ ଅତିକମ୍‌ରେ ୩୨ ଛୁଆ ଓ ୭ ବୟସ୍କଙ୍କ ମୃତ୍ୟୁ ହୋଇଛି। ଏହା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

ଅଜ୍ଞାତ ରୋଗରେ ପୀଡ଼ିତ ଲୋକଙ୍କ ଠାରେ ଉଚ୍ଚ ଜ୍ୱର ଓ ରକ୍ତରେ ପ୍ଲାଟେଲେଟ୍ସର ମାତ୍ର ହ୍ରାସ ପାଉଥିବା ଲକ୍ଷଣ ଦେଖାଦେଉଛି। ଅଜ୍ଞତା ରୋଗ କାରଣରୁ ହୋଇଥିବା ମୃତ୍ୟୁର ଯାଞ୍ଚ କରିବେ ଲକ୍ଷ୍ନୌ ସ୍ଥିତ କିଙ୍ଗ୍‌ ଜର୍ଜ ମେଡିକାଲ ୟୁନିଭର୍ସିଟିର ଡାକ୍ତରୀ ଦଳ। ଏହି ଅଜ୍ଞାତ ରୋଗ ବ୍ୟାପିବାର ଆଶଙ୍କା ଥିବାରୁ ଫିରୋଜାବାଦରେ ୧ମରୁ ୮ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି।

ଫିରୋଜାବାଦ ସ୍ଥିତ ଅଟୋନୋମସ ସରକାରୀ ମେଡିକାଲ କଲେଜରେ ସୋମବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ। ଭାଇରାଲ ଜ୍ୱର ପଛର କାରଣ ଜାଣିବା ପାଇଁ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ ଓ ମୁଖ୍ୟ ମେଡିକାଲ ଅଧିକାରୀଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତଙ୍କ ରକ୍ତ ନମୁନାକୁ ପରୀକ୍ଷା ପାଇଁ ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟଗ୍ରାଜୁଏଟ୍‌ ଅଫ୍‌ ମେଡିକାଲ ସାଇନ୍ସକୁ ପଠାଇବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?