ଜଳବନ୍ଦୀରେ ୩୨ ପରିବାର

ପିପିଲି,୬।୮(ଦୁର୍ଗାମାଧବ ମିଶ୍ର)ବନ୍ୟାଜଳ ଆସିବା ପରେ ପିପିଲି ବ୍ଲକ ପୋପରଙ୍ଗା ପଞ୍ଚାୟତର ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀରେ ଅଛନ୍ତି। ଗଙ୍ଗୁଆ ନାଳପାଣି ଗାଁରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି କରିଥିବା ବେଳେ ଏକର ଏକର ଚାଷ ଜମି ସମ୍ପୂର୍ଣ୍ଣ ଜଳମଗ୍ନ କରିଛି। ଗତବର୍ଷ ବନ୍ୟା ଯୋଗୁ ଗଙ୍ଗୁଆ ନାଳରେ ସୃଷ୍ଟି ହୋଇଥିବା ଘାଇ ମରାମତି ନ ହେବା ଜଳବନ୍ଦୀର ମୁଖ୍ୟ କାରଣ ବୋଲି ବନ୍ୟା ବିପନ୍ନ ଅଭିଯୋଗ କରିଛନ୍ତି । ଗଙ୍ଗୁଆରେ ପ୍ରବାହିତ ବର୍ଷାଜଳ ପାଚଲପୁର ଗଁାରେ ତାଣ୍ଡବ ରଚାଇଛି। ଗାଁ ଜଳବନ୍ଦୀ ଅବସ୍ଥାରେ ଥିବାବେଳେ ଉଜୁଡ଼ି ଯାଇଛି ପନି ପରିବା ଓ ଧାନ ଫସଲ। ଗତ ବର୍ଷକ ତଳେ ଗଙ୍ଗୁଆରେ ସୃଷ୍ଟି ହୋଇଥିବା ଘାଇ କାରଣରୁ ୨୫ଦିନ ଧରି ଯନ୍ତ୍ରଣା ଭୋଗିଥିଲେ ଏହି ଗ୍ରାମବାସୀ। ମାତ୍ର ବର୍ଷକ ପରେ ମଧ୍ୟ ସମଦଶା ଭୋଗୁଛନ୍ତି ଏହି ପାଚଲପୁର ଗ୍ରାମବାସୀ। ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଘାଇ ମରାମତି କରୁ ନାହାନ୍ତି। ଏପରିକି ଘାଇ ମରାମତି ପାଇଁ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ୨ଥର ବିଭାଗକୁ ଚିଠି ଲେଖିଥିଲେ ମଧ୍ୟ ସମାଧାନ ହୋଇପାରିନି। ଜଳବନ୍ଦୀ ଅବସ୍ଥାରେ ଥିବା ଲୋକଙ୍କ ପାଇଁ ସରକାର ଡଙ୍ଗାର ବ୍ୟବସ୍ଥା କରିଛି। ପାଣିରେ ଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ଡଙ୍ଗାରେ ଉଦ୍ଧାର କରାଯାଇ ସ୍ଥାନ୍ତାନ୍ତର କରାଯାଉଛି। ତେବେ ପିପିଲି ବିଡିଓ ରଶ୍ମିତା ନାଥ ଗାଁର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜଳବନ୍ଦୀ ଅବସ୍ଥାରେ ଥିବା ବନ୍ୟା ବିପନ୍ନଙ୍କ ପାଇଁ ସରକାରୀ ସ୍ତରରେ ଶୁଖିଲା ଖାଦ୍ୟ ସହିତ ପାନୀୟ ଜଳ ଯୋଗାଇ ଦେଇଛନ୍ତି ସରପଞ୍ଚ। ଏଥିସହିତ ଗାଈଙ୍କ ପାଇଁ ପ୍ରଶାସନ ପକ୍ଷରୁ ଘାସ ଯୋଗାଇ ଦିଆଯାଇଥିବା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଆଲୋକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri