ଜଳବନ୍ଦୀରେ ୩୨ ପରିବାର

ପିପିଲି,୬।୮(ଦୁର୍ଗାମାଧବ ମିଶ୍ର)ବନ୍ୟାଜଳ ଆସିବା ପରେ ପିପିଲି ବ୍ଲକ ପୋପରଙ୍ଗା ପଞ୍ଚାୟତର ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀରେ ଅଛନ୍ତି। ଗଙ୍ଗୁଆ ନାଳପାଣି ଗାଁରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି କରିଥିବା ବେଳେ ଏକର ଏକର ଚାଷ ଜମି ସମ୍ପୂର୍ଣ୍ଣ ଜଳମଗ୍ନ କରିଛି। ଗତବର୍ଷ ବନ୍ୟା ଯୋଗୁ ଗଙ୍ଗୁଆ ନାଳରେ ସୃଷ୍ଟି ହୋଇଥିବା ଘାଇ ମରାମତି ନ ହେବା ଜଳବନ୍ଦୀର ମୁଖ୍ୟ କାରଣ ବୋଲି ବନ୍ୟା ବିପନ୍ନ ଅଭିଯୋଗ କରିଛନ୍ତି । ଗଙ୍ଗୁଆରେ ପ୍ରବାହିତ ବର୍ଷାଜଳ ପାଚଲପୁର ଗଁାରେ ତାଣ୍ଡବ ରଚାଇଛି। ଗାଁ ଜଳବନ୍ଦୀ ଅବସ୍ଥାରେ ଥିବାବେଳେ ଉଜୁଡ଼ି ଯାଇଛି ପନି ପରିବା ଓ ଧାନ ଫସଲ। ଗତ ବର୍ଷକ ତଳେ ଗଙ୍ଗୁଆରେ ସୃଷ୍ଟି ହୋଇଥିବା ଘାଇ କାରଣରୁ ୨୫ଦିନ ଧରି ଯନ୍ତ୍ରଣା ଭୋଗିଥିଲେ ଏହି ଗ୍ରାମବାସୀ। ମାତ୍ର ବର୍ଷକ ପରେ ମଧ୍ୟ ସମଦଶା ଭୋଗୁଛନ୍ତି ଏହି ପାଚଲପୁର ଗ୍ରାମବାସୀ। ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଘାଇ ମରାମତି କରୁ ନାହାନ୍ତି। ଏପରିକି ଘାଇ ମରାମତି ପାଇଁ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ୨ଥର ବିଭାଗକୁ ଚିଠି ଲେଖିଥିଲେ ମଧ୍ୟ ସମାଧାନ ହୋଇପାରିନି। ଜଳବନ୍ଦୀ ଅବସ୍ଥାରେ ଥିବା ଲୋକଙ୍କ ପାଇଁ ସରକାର ଡଙ୍ଗାର ବ୍ୟବସ୍ଥା କରିଛି। ପାଣିରେ ଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ଡଙ୍ଗାରେ ଉଦ୍ଧାର କରାଯାଇ ସ୍ଥାନ୍ତାନ୍ତର କରାଯାଉଛି। ତେବେ ପିପିଲି ବିଡିଓ ରଶ୍ମିତା ନାଥ ଗାଁର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜଳବନ୍ଦୀ ଅବସ୍ଥାରେ ଥିବା ବନ୍ୟା ବିପନ୍ନଙ୍କ ପାଇଁ ସରକାରୀ ସ୍ତରରେ ଶୁଖିଲା ଖାଦ୍ୟ ସହିତ ପାନୀୟ ଜଳ ଯୋଗାଇ ଦେଇଛନ୍ତି ସରପଞ୍ଚ। ଏଥିସହିତ ଗାଈଙ୍କ ପାଇଁ ପ୍ରଶାସନ ପକ୍ଷରୁ ଘାସ ଯୋଗାଇ ଦିଆଯାଇଥିବା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଆଲୋକ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?