ଡରାଇଲାଣି କରୋନା: ଦିଲ୍ଲୀରେ ପ୍ରତି ୧୦୦ଟେଷ୍ଟରେ ୩୨ସଂକ୍ରମିତ

ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ଦେଶରେ ୭,୬୩୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏତଦ୍‌ ବ୍ୟତୀତ କରୋନାଜନିତ ୧୧ଜଣଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ ପଜିଟିଭିଟି ରେଟ୍‌ ୩.୬୨ପ୍ରତିଶତରେ ପହଞ୍ଚିଛି। ସର୍ବାଧିକ ୧,୫୨୮ ସଂକ୍ରମିତ କେରଳରେ ଚିହ୍ନଟ ହୋଇଛନ୍ତି। ଏହାପରେ ଦିଲ୍ଲୀ ରହିଛି, ଯେଉଁଠାରେ ୧,୦୧୭ ମାମଲା ସାମ୍ନାକୁ ଆସିଛି। ସେହିପରି ହରିୟାଣାରେ ୮୯୮, ତାମିଲନାଡୁରେ ୫୨୧ ଏବଂ ମହାରାଷ୍ଟ୍ରରେ ୫୦୫ଜଣ ସଂକ୍ରମିତ ହୋଇଛନ୍ତିି। ଅର୍ଥାତ୍‌ ୨୪ଘଣ୍ଟା ମଧ୍ୟରେ ଦେଶରେ ରିପୋର୍ଟ ହୋଇଥିବା ମୋଟ ମାମଲା ମଧ୍ୟରୁ ୫୮ପ୍ରତିଶତରୁ ଊର୍ଦ୍ଧ୍ୱ ରୋଗୀ କେବଳ ଏହି ୫ରାଜ୍ୟରୁ ଚିହ୍ନଟ ହୋଇଛି। ଅନ୍ୟପକ୍ଷେ ଦିଲ୍ଲୀରେ ବର୍ତ୍ତମାନ ପଜିଟିଭିଟି ରେଟ୍‌ ୩୨.୨୫ ପ୍ରତିଶତ ବୃଦ୍ଧି ପାଇଛି। ଅର୍ଥାତ୍‌ ପ୍ରତି ୧୦୦ଟେଷ୍ଟରେ ୩୨ରୁ ଊର୍ଦ୍ଧ୍ୱ ପଜିଟିଭ୍‌ ମାମଲା ଚିହ୍ନଟ ହେଉଛି। ଦିଲ୍ଲୀର ଏହି ପଜିଟିଭିଟି ରେଟ୍‌ ଗତ ୧୫ମାସରୁ ସବୁଠାରୁ ଅଧିକ ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ଦିଲ୍ଲୀରେ ୧,୦୧୭ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟର ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ୭,୯୫୪ ଶଯ୍ୟା ସଂରକ୍ଷିତ ରଖାଯାଇଛି। ସେଥିମଧ୍ୟରୁ ୩୨୫ରୋଗୀ ଭର୍ତ୍ତି ହୋଇଥିବା ବେଳେ ୩,୬୪୩ ଜଣ ହୋମ ଆଇସୋଲେଶନ୍‌ରେ ରହିଛନ୍ତି। ସୂଚନା ମୁତାବକ କରୋନା ଉପରେ ନଜର ରଖିଥିବା ଆଇଏନ୍‌ଏସ୍‌ଏସିଓଜି ଅନୁଯାୟୀ ଦେଶରେ ଏପର୍ଯ୍ୟନ୍ତ ଏକ୍ସବିବି.୧.୧୬.୧ର ୪୩୬ ମାମଲା ସାମ୍ନାକୁ ଆସିଛି। ଏହି ମାମଲା ମହାରାଷ୍ଟ୍ର, ଗୁଜରାଟ, ଦିଲ୍ଲୀ, ହରିୟାଣା ସମେତ ୧୮ଟି ରାଜ୍ୟରେ ଏହି ମାମଲା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?