୩୨ଲକ୍ଷର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ ସାମିଲ କରାଯାଉଛି। ସୋମବାର ଖୋର୍ଦ୍ଧା ଟାଉନ ଥାନା ଅଧୀନ ଲୋକେଶ୍ୱର ମନ୍ଦିର ନିକଟରେ ଅବକାରୀ ପୋଲିସ ଚଢ଼ାଉ କରି ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ପଲାହାଟର ହରପ୍ରସାଦ ସାହୁ(୨୪)। ତାଙ୍କ ନିକଟରୁ ୩୨୦ଗ୍ରାମ ବ୍ରାଉନସୁଗାର, ୯ଲକ୍ଷ ୨୦ହଜାର ଟଙ୍କା, ଗୋଟିଏ ବାଇକ୍‌ ଜବତ ହୋଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୨ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ କହିଛନ୍ତି। ଏନେଇ ଏନ୍‌ଡିପିଏସ୍‌ ଆକ୍ଟରେ ଏକ ମାମଲା ରୁଜୁ ହୋଇଛି। ସୂଚନା ମୁତାବକ, ସୋମବାର ପୂର୍ବାହ୍ନରେ ଅବକାରୀ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଅଭିଯୁକ୍ତ ହରପ୍ରସାଦ ଲୋକେଶ୍ୱର ମନ୍ଦିର ନିକଟରେ ବାଇକ୍‌ରେ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। ଅବକାରୀ ପୋଲିସକୁ ଦେଖି ବାଇକ୍‌ ଛାଡି ଦୌଡିବାକୁ ଆରମ୍ଭ କରିଥିଲେ। ପାଟ୍ରୋଲିଂ ଟିମ୍‌ ତାଙ୍କୁ ଗୋଡ଼ାଇ କାବୁ କରିଥିଲା। ତେବେ ଅଭିଯୁକ୍ତ ବ୍ରାଉନସୁଗାର କେଉଁଠାରୁ ଆଣିଥିଲେ। ଏଥିରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତିି ରହିଛି ତାହାର ତଦନ୍ତ ଚାରି ରହିଛି ବୋଲି ଅବକାରୀ ଇନ୍ସପେକ୍ଟର ସାହୁ କହିଛନ୍ତି।
ପ୍ରକାଶ ଯେ, ଆଦର୍ଶ ଥାନା ପୋଲିସ ଗତ ବର୍ଷ ୪.୫କୋଟିର ବ୍ରାଉନସୁଗାର ଜବତ କରିଥିଲା। ନିକଟରେ ଗୁରୁଜଙ୍ଗ ଗୁଳିକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣ ପେଶାଦାର ବ୍ରାଉନସୁଗାର ବେପାରୀ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲା। ଜେଲ ଭିତରେ ରହି ଅପରାଧୀମାନେ ଏହି କାରବାରକୁ ଅପରେଟିଂ କରୁଛନ୍ତି। କେଉଁଠି ମାଲ ଆସିବ, କାହାଠୁ ଆସିବ, କେଉଁମାନଙ୍କ ପାଖକୁ ଯିବ, ଏହାର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହେଉଥିବା ଏକ ଭିଡିଓ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଥିଲା। ଅନ୍ୟପଟେ ପାଇକବୀରଙ୍କ ମାଟି ଭାବେ ପରିଚିତ ଖୋର୍ଦ୍ଧା ଏବେ ବ୍ରାଉନସୁଗାର କାରବାର ଲାଗି ଏହାର ଗାରିମା ନଷ୍ଟ ହେବାକୁ ବସିଛି ବୋଲି କେତେଜଣ ବୁଦ୍ଧିଜୀବୀ କହିଛନ୍ତି। ଏଥିପ୍ରତି ପୋଲିସ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ମତପ୍ରକାଶ ପାଇଛି। ଏ ସମ୍ପର୍କରେ ଏସ୍‌ପି ରାଜକିଶୋର ଦୋରା କହିଛନ୍ତି, ବ୍ରାଉନସୁଗାର କାରବାର ରୋକିବା ଲାଗି ଗୁରୁତ୍ୱ ଦିଆଯାଉଛି। ଏନେଇ ଆଗକୁ ସ୍ବତନ୍ତ୍ର ଡ୍ରାଇଭ କରାଯିବ। ଜେଲ ଫେରନ୍ତାଙ୍କ ଉପରେ ନଜର ରଖାଯିବ। ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ତାଲିକା ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri