‘ଦେଶର ୩୨ ପ୍ରମୁଖ ବ୍ୟାଘ୍ର କରିଡରକୁ ସମୃଦ୍ଧ କରାଯିବା ଉଚିତ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଓଡ଼ିଶା ପରିବେଶ ସମିତିର ୩୯ତମ ପ୍ରତିଷ୍ଠା ଦିବସ ଏବଂ ପୁରସ୍କାର ପ୍ରଦାନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ସମିତିର ସଭାପତି ସୁନ୍ଦର ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ପରିବେଶ ସୁରକ୍ଷା ନିମନ୍ତେ ଜନସଚେତନତା ସୃଷ୍ଟି କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଭାରତ ସରକାରଙ୍କ ପୂର୍ବତନ ଏଡିଜି (ବ୍ୟାଘ୍ର ପ୍ରକଳ୍ପ) ତଥା ଏନ୍‌ଟିସିଏର ସଦସ୍ୟ ସଚିବ ଡ. ଅନୁପ କୁମାର ନାୟକ ଯୋଗଦେଇଥିଲେ। ସେ ‘ଭାରତରେ ବ୍ୟାଘ୍ର ସଂରକ୍ଷଣର ଦୃଶ୍ୟପଟ୍ଟ’ ଉପରେ ଆଲୋକପାତ କରିଥିଲେ। ଫ୍ଲାଗ୍‌ଶିପ୍‌ ଜାତି ବା ମୁଖ୍ୟ ପ୍ରାଣୀ ଭାବେ ବାଘ ଜଙ୍ଗଲ ପରିସଂସ୍ଥାର ସନ୍ତୁଳନ ବଜାୟ ରଖିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ବିଶ୍ୱ ବ୍ୟାଘ୍ର ସଂଖ୍ୟାର ୭୦% ଭାରତରେ ରହିଛି। ଏମାନଙ୍କ ବାସସ୍ଥଳୀଗୁଡ଼ିକୁ ସଂଯୋଗ କରି ସେମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଦେଶର ୩୨ଟି ପ୍ରମୁଖ ବ୍ୟାଘ୍ର କରିଡରକୁ ସମୃଦ୍ଧ କରାଯିବା ଆବଶ୍ୟକ ବୋଲି ଅନୁପ ନାୟକ କହିଛନ୍ତି।
ଏହି ଅବସରରେ ପରିବେଶ, ବିଜ୍ଞାନ ଏବଂ ବନ୍ୟଜୀବ କ୍ଷେତ୍ରକୁ ଅବଦାନ ନିମନ୍ତେ ତିନିଜଣ ବ୍ୟକ୍ତିଙ୍କୁ ବିଭିନ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ପୂର୍ବତନ ଅତିରିକ୍ତ ପିସିସିଏଫ୍‌ ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସରୋଜ କୁମାର ପଟ୍ଟନାୟକଙ୍କୁ ‘ଜୀବନବ୍ୟାପୀ କୃତି ପୁରସ୍କାର’, କିଟ୍‌ ସ୍କୁଲ୍‌ ଅଫ୍‌ ଇଲେକ୍ଟ୍ରିକାଲ୍‌ ଇଞ୍ଜିନିୟରିଂର ପୂର୍ବତନ ନିର୍ଦ୍ଦେଶକ ଇଂ ମାୟାଧର ସ୍ବାଇଁଙ୍କୁ ପରିବେଶ ଏବଂ ବିଜ୍ଞାନ ଜନପ୍ରିୟକରଣ ପାଇଁ ‘ଡକ୍ଟର ବି.ସି. ପଣ୍ଡା ପୁରସ୍କାର’ ପ୍ରଦାନ କରାଯାଇଥିଲା। ୪ଜଣଙ୍କୁ ଓଇଏସ୍‌ର ଫେଲୋ ସମ୍ମାନ ପ୍ରଦାନ କରାଯାଇଥିଲା। ସମିତିର ବାର୍ଷିକ ପ୍ରକାଶନ ‘ପରିବେଶ ଏବଂ ବିଜ୍ଞାନ ଉପରେ ବକ୍ତବ୍ୟ’ ପୁସ୍ତକ ମୁଖ୍ୟ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। କାର୍ଯ୍ୟକ୍ରମରେ ସମ୍ପାଦକ ଡ. ଜୟକୃଷ୍ଣ ପାଣିଗ୍ରାହୀ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଉପସଭାପତି ଡ. ଲାଲା ଏ.କେ. ସିଂହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ସହ-ସମ୍ପାଦକ ଡ. ପ୍ରକାଶ ଚନ୍ଦ୍ର ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ପରିବେଶବିତ୍‌, ଶିକ୍ଷାବିତ୍‌ ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?