Posted inରାଜ୍ୟ

୩୨ ସଦସ୍ୟ ସାମିଲ, ଅନେକ ନୂଆ ମୁହଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦ ପୁନର୍ଗଠନ କରାଯାଇଛି। ନବଗଠିତ ପରିଷଦର ସଭ୍ୟମାନେ ଆସନ୍ତା ୩ ବର୍ଷ ପାଇଁ କାର୍ଯ୍ୟ କରିବେ। ଜାନୁୟାରୀ ୪ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ୩ବର୍ଷ ଅର୍ଥାତ୍‌ ୨୦୨୪ ଜାନୁୟାରୀ ୫ତାରିଖ ପର୍ଯ୍ୟନ୍ତ ନବନିଯୁକ୍ତ ସଭ୍ୟମାନଙ୍କ କାର୍ଯ୍ୟକାଳ ବୈଧ ରହିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ଦସ୍ତଖତରେ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁଯାୟୀ ସାଧାରଣ ପରିଷଦରେ ମୋଟ ୩୨ଜଣ ସଦସ୍ୟଙ୍କୁ ରଖାଯାଇଛି। ପରିଷଦରେ ୯ଜଣ ପଦାଧିକାରୀ ଏବଂ ବିଭିନ୍ନ ଜିଲା ସହ ରାଜ୍ୟର ବିଭିନ୍ନ ସଙ୍ଗଠନର ସଭାପତି ଓ ସମ୍ପାଦକ ସଦସ୍ୟ ରହିଛନ୍ତି।
ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଭାପତି, ଉପସଭାପତି, ବିତ୍ତ ଅଧିକାରୀ ତଥା ଅର୍ଥ ପରାମର୍ଶଦାତା, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ଏକାଡେମୀର ସମ୍ପାଦକ ସାଧାରଣ ପରିଷଦର ସଦସ୍ୟ ଅଛନ୍ତି। ସେହିଭଳି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ମୁଖ୍ୟ ନିର୍ବାହୀ ଏଥିରେ ସଦସ୍ୟଭାବେ ରହିଛନ୍ତି। ଏମାନଙ୍କ ବ୍ୟତୀତ ଭୁବନେଶ୍ୱରରୁ କୀର୍ତ୍ତନ ନାରାୟଣ ପାଢୀ ଓ ସଙ୍ଗୀତା ପଣ୍ଡା, ବାଲେଶ୍ୱରରୁ ହେମେନ୍ଦ୍ର ମହାପାତ୍ର, ରାୟଗଡ଼ାରୁ ନରେନ୍ଦ୍ର ମିଶ୍ର, କଟକରୁ ମୀରା ଦାସ ଓ ଚିତ୍ତ ସାହାଣୀ, ସୁବର୍ଣ୍ଣପୁରରୁ ଶାଶ୍ୱତ କୁମାର ତ୍ରିପାଠୀ, ଦିଗପହଣ୍ଡିର ଆଲୋକ ବିଷୋୟୀ ଏବଂ ବରଗଡ଼ର ରବିରତନ ସାହୁ ସଦସ୍ୟ ଅଛନ୍ତି। ସେହିଭଳି ସଙ୍ଗଠନ ମୁଖ୍ୟମାନଙ୍କ ମଧ୍ୟରେ ସମ୍ବଲପୁରର ‘କଲ୍‌ଚରାଲ ଆସୋସିଏଶନ’, ଖୋର୍ଦ୍ଧାର ‘ପରମ୍ପରା’ ଅନୁଷ୍ଠାନ, ଗଞ୍ଜାମର ‘ଓଡ଼ିଶା ନାଟ୍ୟ ସମାରୋହ ସମିତି’, କଳାହାଣ୍ଡିର ‘ପ୍ରତିଭା’, ଫୁଲବାଣୀର ‘ମୋହନ ଦାସ କରମଚାନ୍ଦ ସାଂସ୍କୃତିକ ପରିଷଦ’, କଟକର ‘ବିଶ୍ୱନାଥ ସଙ୍ଗୀତାଳୟ’, ସୁନ୍ଦରଗଡ଼ର ‘ସ୍ପନ୍ଦନ’, ଢେଙ୍କାନାଳର ‘ମୀରାବାଇ କଳାବିକାଶ କେନ୍ଦ୍ର’, କୋରାପୁଟର ‘କୋରାପୁଟ କଲ୍‌ଚରାଲ ସୋସାଇଟି’, କେଉଁଝରର ‘ଦେବଶିଳ୍ପୀ ବିଶ୍ୱକର୍ମା କଣ୍ଢେଇ ନାଚ’, ମୟୂରଭଞ୍ଜର ‘ଦକ୍ଷିଣ ସାହି ଛଉନୃତ୍ୟ ପ୍ରତିଷ୍ଠାନ’, ବାଲେଶ୍ୱରର ‘କଳାକାର’, ପୁରୀର ‘ଅନ୍ନପୂର୍ଣ୍ଣା ଥିଏଟର’ ଏବଂ ବଲାଙ୍ଗୀର ଜିଲାର ‘ସ୍ବର ଝଙ୍କାର’ ଅନୁଷ୍ଠାନର ସଭାପତି କିମ୍ବା ସମ୍ପାଦକ ପରିଷଦରେ ସଦସ୍ୟ ରହିବେ। ଚଳିତବର୍ଷ ପରିଷଦ ପୁନର୍ଗଠନରେ ସ୍ବଚ୍ଛତା ଓ ନିରପେକ୍ଷତାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଅନେକ ନୂଆ ଲୋକଙ୍କୁ ସାମିଲ କରାଯାଇଛି। ପୂର୍ବଥର ଭଳି ଏଥର ପୁରୁଣା ସଦସ୍ୟଙ୍କୁ ପୁନର୍ବାର ସ୍ଥାନିତ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri