Posted inଜାତୀୟ

ଏଏପିର ୩୨ ବିଧାୟକ ଆମ ଯୋଗାଯୋଗରେ: କଂଗ୍ରେସ…

ଚଣ୍ଡିଗଡ଼,୨୬।୯ : ଭାଜପା ବିରୋଧରେ ଗଠିତ ୨୬ ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ଗଢ଼ିଛନ୍ତି। ମାତ୍ର ମେଣ୍ଟର ସହଯୋଗୀଙ୍କ ମଧ୍ୟରେ ବାରମ୍ବାର ମତଭେଦ ହେବାରେ ଲାଗିଛି।

ପଞ୍ଜାବର ବରିଷ୍ଠ କଂଗ୍ରେସ ନେତା ପ୍ରତାପ ସିଂ ବାଜୱା ମଙ୍ଗଳବାର ଦାବି କରିଛନ୍ତି ୩୨ ଜଣ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଆମ ଯୋଗାଯୋଗରେ ଅଛନ୍ତି। ତେଣୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦଳକୁ ଭୋଟ ନ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ପଞ୍ଜାବରେ କଂଗ୍ରେସର ୧୮ ବିଧାୟକ ଅଛନ୍ତି। ଏଏପି ବିଧାୟକଙ୍କ ସମର୍ଥନରେ ତାଙ୍କ ଦଳ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ସରକାରଙ୍କୁ କ୍ଷମତାଚ୍ୟୁତ କରିପାରିବ।

ମୁଖ୍ୟମନ୍ତ୍ରୀ ମାନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଏକ ପୋଷ୍ଟ ସହିତ ବାଜୱାଙ୍କ ଦାବି ଉପରେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବାଜୱାଙ୍କୁ ଭାଜପା ସହ ଜଡିତ ନେତା କହିବା ସହ ତାଙ୍କୁ କଂଗ୍ରେସ ହାଇ କମାଣ୍ଡ ସହ କଥା ହେବାକୁ ପରାମର୍ଶ ଦେଇଛନ୍ତି। ଆପଣ ପଞ୍ଜାବର ନିର୍ବାଚିତ ସରକାର ଭାଙ୍ଗିବା କଥା କହୁଛନ୍ତି।

ମୁଁ ଜାଣେ ମୁଖ୍ୟମନ୍ତ୍ରୀ ହେବା ପାଇଁ କଂଗ୍ରେସ ଆପଣଙ୍କର ଇଚ୍ଛାରେ ବାଧା ସୃଷ୍ଟି କରିଛି। ମୁଁ ପଞ୍ଜାବର ୩ କୋଟି ଲୋକଙ୍କ ପ୍ରତିନିଧୀ, ଚେୟାରର ତ୍ରିଶୁଳ ନୁହେଁ। ଯଦି ଆପଣଙ୍କର ସାହସ ଅଛି ତେବେ ନିଜ ହାଇ କମାଣ୍ଡ ସହିତ କଥା ହୁଅନ୍ତୁ ।

 


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri