‘ମୋନ୍ଥା’ ଲାଗି ୩୨ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୭।୧୦: ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ ବାତିଲକରାଯାଇଛି। ୨୭ ଓ ୨୮ ଦୁଇ ଦିନ ପାଇଁ ବାତିଲ ହୋଇଛି। ୩୨ ଟ୍ରେନ୍‌ ବାତିଲ ଘୋଷଣା କଲା ପୂର୍ବତଟ ରେଳ ବିଭାଗ। କିଛି ଜିଲାରେ ସ୍କୁଲ ମଧ୍ୟ ଛୁଟି କରାଯାଇଛି।
ତେବେ ଅନ୍ୟପକ୍ଷେ ସୃଷ୍ଟି ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବା ବେଳେ ଝଟକା ପବନ ୧୧୦ କିଲୋମିଟର ଯାଏ ବଢିପାରେ। ଘଣ୍ଟା ପ୍ରତି ୧୬ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି ବାତ୍ୟା। କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ । ରାତି ଭିତରେ ଆନ୍ଧ୍ର ଉପକୂଳକୁ ମାଡି ଆସିବ ବାତ୍ୟା। ମଛଲିପଟନମ ଓ କଳିଙ୍ଗପଟନମ ଭିତରେ କାକିନା ପାଖରେ ସାଇକ୍ଲୋନ ସ୍ଥଳଭାଗ ଅତିକ୍ରମ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri