Posted inଜାତୀୟ

୩୨ ବର୍ଷ ତଳେ ଅନ୍ନଦାତାଙ୍କ ଆଗରେ ମୁଣ୍ଡ ନୁଆଇଁଥିଲେ ସରକାର: ଏବେ ହେବ କି ଏହାର ପୁନରାବୃତ୍ତି !

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ପ୍ରଦର୍ଶନକୁ ୫ ଦିନ ବିତିଛି। ଏହା ୩୨ ବର୍ଷ ତଳେ ୧୯୮୮ ଅକ୍ଟୋବର ୨୫ରେ ହୋଇଥିବା ଚାଷୀ ଆନ୍ଦୋଳନକୁ ମନେ ପକାଇ ଦେଇଛି। ୧୪ ରାଜ୍ୟର ୫ ଲକ୍ଷରୁ ଅଧିକ ଚାଷୀ ମହେନ୍ଦ୍ର ସିଂ ଟିକାୟତଙ୍କ ନେତୃତ୍ୱରେ ଦିଲ୍ଲୀ ମୁହାଁ ହୋଇଥିଲେ। ବିଦ୍ୟୁତ୍‌ ଏବଂ ଜଳସେଚନ ପାଇଁ ଧାର୍ଯ୍ୟ କରାଯାଇଥିବା ସରକାରୀ ଦାମ୍‌ର ବିରୋଧରେ ଚାଷୀମାନେ ସେତେବେଳେ ଆନ୍ଦୋଳନ କରି ତତ୍‌କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ସମସ୍ୟା ସୃଷ୍ଟି କରିଥିଲେ। ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଭଳି ସେତେବେଳେ ମଧ୍ୟ ଚାଷୀଙ୍କୁ ରୋକିବା ପାଇଁ ପୋଲିସଙ୍କୁ ମୁତୟନ କରାଯାଇଥିଲା। ଲୋନିଠାରେ ପୋଲିସ ଫାଇରିଙ୍ଗ୍‌ରେ ରାଜେନ୍ଦ୍ର ସିଂ ଏବଂ ଭୂପ ସିଂ ନାମକ ଚାଷୀଙ୍କର ମୃତ୍ୟୁ ଘଟିଥିଲା। ଶେଷରେ ଚାଷୀ ସଂଗଠନ ଦିଲ୍ଲୀର ବୋଟ କ୍ଲବ୍‌ରେ ପହଞ୍ଚି ୭ ଦିନ ଧରି ଧାରଣା ଦେଇଥିଲେ। ଅକ୍ଟୋବର ୩୦ରେ ରାତିରେ ଚାଷୀଙ୍କ ଉପରେ ଲାଠି ଚାର୍ଜ କରାଯାଇଥିଲା। କିନ୍ତୁ ଟିକାୟତ ହାରି ନ ଥିଲେ। ଚାଷୀଙ୍କ ପ୍ରଦର୍ଶନ ଯୋଗୁ କଂଗ୍ରେସକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି ଉତ୍ସବ ଲାଗି ଆୟୋଜିତ ହେବାକୁ ଥିବା ରାଲିକୁ ଲାଲ୍‌ କିଲ୍ଲା ପଛରେ ଥିବା ପଡ଼ିଆକୁ ସ୍ଥାନାନ୍ତର କରାଯାଇଥିଲା। ରାଜୀବ ଗାନ୍ଧୀଙ୍କ ସରକାର ଅନ୍ନଦାତାଙ୍କ ଆଗରେ ମୁଣ୍ଡ ନୁଆଇଁଥିଲେ। ଅକ୍ଟୋବର ୩୧ରେ ଚାଷୀ ସଂଗଠନ ପକ୍ଷରୁ ଉପସ୍ଥାପନ କରାଯାଇଥିବା ସମସ୍ତ ୩୫ ଦାବିକୁ ସରକାର ମାନି ନେଇଥିଲେ। ଏବେ ଏହାର ପୁନରାବୃତ୍ତି ହେବା ନେଇ ଚର୍ଚ୍ଚା ଜାରି ରହିଛି। ମୋଦି ସରକାର କୃଷି ଆଇନ ଉପରେ ବିଚାର କରନ୍ତୁ ବୋଲି ବିଭିନ୍ନ ରାଜନେତାଙ୍କ ପକ୍ଷରୁ ଦାବି ମଧ୍ୟ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri