୩୨ ବର୍ଷ ବିତିଲା, ସରୁନି ରାସ୍ତା କାମ

ପ୍ରୀତିପୁର,୬ା୧(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଏକ ରାସ୍ତା କାମ ୩୨ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇ ପାରିନି। ଏଭଳି ଅବହେଳାକୁ ଅଞ୍ଚଳବାସୀ ସହଜେ ଗ୍ରହଣ କରିପାରି ନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବ୍ଲକର ଜରି ଛାନ୍ଦମୁଣ୍ଡ ଗ୍ରାମର ବିସିଜେ ହାଇସ୍କୁଲ ଛକଠାରୁ ବଡକୁଁଆଲ ପ୍ରାୟ ୧୨ କିମି ରାସ୍ତା ନିର୍ମାଣ ୧୯୯୦ରେ ଆରମ୍ଭ ହୋଇଥିଲା। ଗ୍ରାମ୍ୟ ନିର୍ମାଣ ବିଭାଗର ଏହି ରାସ୍ତାକୁ ତତ୍କାଳୀନ ମୁଖମନ୍ତ୍ରୀ ବିଜୁ ପଟ୍ଟନାୟକ ଶୁଭ ଦେଇଥିଲେ। ସେହି ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ତତ୍କାଳୀନ ବିଧାୟିକା ତଥା ବର୍ତ୍ତମାନର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ଶ୍ରମ ଓ ନିୟୋଜନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଉପସ୍ଥିତ ଥିଲେ। ହେଲେ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ନ ହେବା ପ୍ରଶାସନର କାର୍ଯ୍ୟ ଦକ୍ଷତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ରାସ୍ତାର ମିଶ୍ର ପୋଖରୀ ଓ କୁସୁନପୁରଠାରେ ଦୁଇଟି ସେତୁ ନିର୍ମାଣ କାମ ଆଜକୁ ୫ ବର୍ଷ ପୂର୍ବେ ନିର୍ମାଣ ସରିଥିଲେ ବି ଆପ୍ରୋଚ ରାସ୍ତା ସହ କଂକ୍ରିଟ ଓ ପିଚୁ ହୋଇ ନ ଥିବାରୁ ନିର୍ମାଣାଧୀନ ରାସ୍ତାରେ କୁସୁନପୁର, ବାଙ୍ଗରା, ଜରି, ଛାନ୍ଦମୁଣ୍ଡ, ଗୁଣ୍ଡୁରିପଡା, କଣ୍ଟିତର, କୁଆଁଲ, ହଳଦୀଢିଅ ପ୍ରଭୃତି ଗ୍ରାମକୁ ଯାତାୟତ ପାଇଁ ନାହିଁ ନ ଥିବା ଅସୁବିଧା ସୃଷ୍ଟି ହେଉଛି। ଯେଉଁ କିଛି କାମ ହୋଇଥିଲା ତାହା ମଧ୍ୟ ନିମ୍ନମାନର ହେତୁ ନଷ୍ଟ ହୋଇ ଯାଇଛି । ଅପରପକ୍ଷେ ସରକାର ନୂଆ ରାସ୍ତା କରିବା ନିମନ୍ତେ ଶୁଭ ଦେଇ ନିର୍ଦ୍ଧାରିତ ସମୟରେ କାମ ସମାପ୍ତ କରୁଥିବା ବେଳେ କେଉଁ କାରଣ ଯୋଗୁ ଏହି ରାସ୍ତା ପୂର୍ଣ୍ଣାଙ୍ଗ ହେବାକୁ ୩ ଦଶନ୍ଧି ସମୟ ଲାଗୁଛି, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଏଭଳି ସମସ୍ୟା ସୃଷ୍ଟି ହେଉଥିବା ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି। ଏଣୁ ଯଥାଶୀଘ୍ର ଏହି ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ କରା ନ ଗଲେ ଜରି ଓ ବାଙ୍ଗରା ପଞ୍ଚାୟତବାସୀ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ସାମାଜିକ କର୍ମୀ ଭୁବନାନନ୍ଦ ସାମଲ, ଜ୍ଞାନରଞ୍ଜନ ଜେନା, ମମିତା ସେଠୀ, ରାଜେନ୍ଦ୍ର ରାଉତ, ସନ୍ତୋଷ ଧଳ, ସଦାନନ୍ଦ ଦାସ, ନାରାୟଣ ଦାସ, ରାଜେନ୍ଦ୍ର ରାଉତ, ଭାଗବତ ସାମଲ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri