ପୁରୀର ୩୨ ହଜାର ପରିବାର ସେବା ପାଇବେ

ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ ପୁରୀ ସହର ପାଇଁ ଏହି ଯୋଜନାର ଆରମ୍ଭ ହୋଇଛି। ପୁରୀ ସହରର ୩୨ ହଜାର ପରିବାରଙ୍କୁ ଏହି ସେବା ଯେଗାଇ ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ପୁରୀର ମଶାଣି ଚଣ୍ଡୀ ଅଞ୍ଚଳରେ ଏଥିଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥିଲା। ଏହି ଯୋଜନା ମାଧ୍ୟମରେ ଏବେ ପୁରୀର ୪ଟି ଜୋନ (ବଡ଼ଦାଣ୍ଡ, ଶ୍ରୀମନ୍ଦିର, ମଶାଣି ଚଣ୍ଡୀ ଓ ବଳିଆପଣ୍ଡା ବସ୍ତି)କୁ କଭର କରିବ। ପାଇଲଟ୍‌ ପ୍ରକଳ୍ପ ଭାବେ ମଶାଣି ଚଣ୍ଡୀ ଓ ବଳିଆପଣ୍ଡା ବସ୍ତିରେ କାମ ଶେଷ ହୋଇଛି। ପ୍ରାୟ ୩,୭୮୪ଟି ଘରେ ମିଟର ଲଗାଯାଇଛି। ବର୍ଷକ ମଧ୍ୟରେ ସମ୍ପୂର୍ଣ୍ଣ ଭାବେ କାମ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ପ୍ରାୟ ୨୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଯୋଜନା ଦ୍ୱାରା ଲୋକେ ବିଶେଷ ଉପକୃତ ହେବେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଜିଲାପାଳ ବଲୱନ୍ତ ସିଂ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ ଦାଶ, ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀ ଯନ୍ତ୍ରୀ ଶରତ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri