ଛାତ୍ରଙ୍କ ଆକାଉଣ୍ଟରୁ ୩୨ ହଜାର ଗାଏବ

ଭଞ୍ଜନଗର,୨୬।୬(ଡି.ଏନ.ଏ): ଭଞ୍ଜନଗର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅନ୍‌ଲାଇନ ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ର ରବି ଜେନାଙ୍କ ପାଖକୁ ଏକ ଫୋନ୍‌ କଲ୍‌ ଆସିଥିଲା। ରବି ଫୋନ୍‌ ଉଠାଇ କିଛି ସେକେଣ୍ଡ କଥା ହେବା ପରେ ତାଙ୍କ ଆକାଉଣ୍ଟରୁ ଟଙ୍କା କଟିଯାଇଥିଲା। ଏହାପରେ ପୁଣି ଦୁର୍ବୃତ୍ତମାନେ କେଉଁଭଳି ପରିସ୍ଥିତିରେ ରବି ଆକାଉଣ୍ଟରୁ ୩୨ ହଜାର ଟଙ୍କା ଉଠାଇ ନେଇଥିଲେ। ଏ ନେଇ ରବି ଜାଣିବା ପରେ ଶନିବାର ବ୍ୟାଙ୍କ ଏବଂ ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଜଣାଇଥିଲେ। କିନ୍ତୁ ଉଭୟ ସ୍ଥାନରୁ କୌଣସି ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ତେଣୁ ରବି କଟକ ଯାଇ ଘଟଣା ସମ୍ପର୍କରେ ଅଭିଯୋଗ କରିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ରବିଙ୍କ ଆକାଉଣ୍ଟରୁ ସମସ୍ତ ଟଙ୍କା କିଭଳି ଗାଏବ ହୋଇଗଲା ତାହାକୁ ନେଇ ଅନ୍ୟ ଛାତ୍ରୀଛାତ୍ର ମଧ୍ୟ ନିଜ ଟଙ୍କା ସୁରକ୍ଷା ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ଦୁର୍ବୃତ୍ତ ଜଣଙ୍କ ରବି ସହ କଥା ହୋଇଥିଲେ। ଉକ୍ତ ଫୋନ ନମ୍ବରଟି ମଧ୍ୟ ଓଡିଶାର ହୋଇଥିବା ଅନୁମାନ କରାଯାଉଛି। ଦୁର୍ବୃତ୍ତ ଜଣଙ୍କ ଓଡ଼ିଆରେ କଥା ହେଉଥିଲେ। ରବି କୌଣସି ପାସ୍‌ୱାର୍ଡ ନମ୍ବର ଦେଇନାହାନ୍ତି ତଥାପି ଟଙ୍କା କିଭଳି କଟିଲା ତାହାକୁ ନେଇ ଲୋକେ ଚିନ୍ତିତ ହୋଇପଡ଼ିଛନ୍ତି। ଏହିଭଳି ପରିସ୍ଥିତିରେ ଠକ ଜଣଙ୍କ ପୁଣି ଶନିବାର ସେହି ପୁରୁଣା ଫୋନ୍‌ ନମ୍ବରରୁ ହିଁ ରବିଙ୍କୁ ଫୋନ କରି ଆଉ ୫ ହଜାର ଟଙ୍କା ଆକାଉଣ୍ଟରେ ଡିପୋଜିଟ କରିବାକୁ କହିଥିଲେ। ରବିଙ୍କ ସନ୍ଦେହ ବଢ଼ିବାରୁ ଭଞ୍ଜନଗର ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?