ଛାତ୍ରଙ୍କ ଆକାଉଣ୍ଟରୁ ୩୨ ହଜାର ଗାଏବ

ଭଞ୍ଜନଗର,୨୬।୬(ଡି.ଏନ.ଏ): ଭଞ୍ଜନଗର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅନ୍‌ଲାଇନ ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ର ରବି ଜେନାଙ୍କ ପାଖକୁ ଏକ ଫୋନ୍‌ କଲ୍‌ ଆସିଥିଲା। ରବି ଫୋନ୍‌ ଉଠାଇ କିଛି ସେକେଣ୍ଡ କଥା ହେବା ପରେ ତାଙ୍କ ଆକାଉଣ୍ଟରୁ ଟଙ୍କା କଟିଯାଇଥିଲା। ଏହାପରେ ପୁଣି ଦୁର୍ବୃତ୍ତମାନେ କେଉଁଭଳି ପରିସ୍ଥିତିରେ ରବି ଆକାଉଣ୍ଟରୁ ୩୨ ହଜାର ଟଙ୍କା ଉଠାଇ ନେଇଥିଲେ। ଏ ନେଇ ରବି ଜାଣିବା ପରେ ଶନିବାର ବ୍ୟାଙ୍କ ଏବଂ ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଜଣାଇଥିଲେ। କିନ୍ତୁ ଉଭୟ ସ୍ଥାନରୁ କୌଣସି ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ତେଣୁ ରବି କଟକ ଯାଇ ଘଟଣା ସମ୍ପର୍କରେ ଅଭିଯୋଗ କରିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ରବିଙ୍କ ଆକାଉଣ୍ଟରୁ ସମସ୍ତ ଟଙ୍କା କିଭଳି ଗାଏବ ହୋଇଗଲା ତାହାକୁ ନେଇ ଅନ୍ୟ ଛାତ୍ରୀଛାତ୍ର ମଧ୍ୟ ନିଜ ଟଙ୍କା ସୁରକ୍ଷା ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ଦୁର୍ବୃତ୍ତ ଜଣଙ୍କ ରବି ସହ କଥା ହୋଇଥିଲେ। ଉକ୍ତ ଫୋନ ନମ୍ବରଟି ମଧ୍ୟ ଓଡିଶାର ହୋଇଥିବା ଅନୁମାନ କରାଯାଉଛି। ଦୁର୍ବୃତ୍ତ ଜଣଙ୍କ ଓଡ଼ିଆରେ କଥା ହେଉଥିଲେ। ରବି କୌଣସି ପାସ୍‌ୱାର୍ଡ ନମ୍ବର ଦେଇନାହାନ୍ତି ତଥାପି ଟଙ୍କା କିଭଳି କଟିଲା ତାହାକୁ ନେଇ ଲୋକେ ଚିନ୍ତିତ ହୋଇପଡ଼ିଛନ୍ତି। ଏହିଭଳି ପରିସ୍ଥିତିରେ ଠକ ଜଣଙ୍କ ପୁଣି ଶନିବାର ସେହି ପୁରୁଣା ଫୋନ୍‌ ନମ୍ବରରୁ ହିଁ ରବିଙ୍କୁ ଫୋନ କରି ଆଉ ୫ ହଜାର ଟଙ୍କା ଆକାଉଣ୍ଟରେ ଡିପୋଜିଟ କରିବାକୁ କହିଥିଲେ। ରବିଙ୍କ ସନ୍ଦେହ ବଢ଼ିବାରୁ ଭଞ୍ଜନଗର ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri