ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୪୨୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୬, ବରଗଡ଼ରୁ ୧, ଭଦ୍ରକରୁ ୭, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୧୩, ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୪, ନୂଆପଡାରୁ ୩, ପୁରୀରୁ ୫, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri