ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୪୨୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୬, ବରଗଡ଼ରୁ ୧, ଭଦ୍ରକରୁ ୭, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୧୩, ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୪, ନୂଆପଡାରୁ ୩, ପୁରୀରୁ ୫, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୯ ଅଛନ୍ତି।