୫ ଜିଲାର ୩୨୩ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଶନିବାର ୫ ଜିଲାର ୩୨୩ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲାର ୬୨ ହାଇସ୍କୁଲ, ବରଗଡ଼ ଜିଲାର ୬୨, ମୟୂରଭଞ୍ଜ ଜିଲାର ୧୦୦, ବୌଦ୍ଧ ଜିଲାର ୨୩ ହାଇସ୍କୁଲ ଏବଂ ନବରଙ୍ଗପୁର ଜିଲାର ୭୬ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ରାଜ୍ୟରେ ସମୁଦାୟ ୧୮୧୬ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି। ସୂଚନାଯୋଗ୍ୟ, ଗତ ୨ ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ ସ୍କୁଲ ରୂପାନ୍ତରିତ ହୋଇଥିଲା। ତିନୋଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ ସ୍କୁଲ ରୂପାନ୍ତରିତ ହେବ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗୀଦାରିର ଏକ ପ୍ରକୃଷ୍ଟ ଉଦାହରଣ। କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ ୫-ଟି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, ୫-ଟି ହେଉଛି ଟେକ୍ନୋଲୋଜି, ଟିମ୍‌ୱାର୍କ, ଟ୍ରାନ୍ସପରେନ୍ସି ବା ସ୍ବଚ୍ଛତା ଏବଂ ଟାଇମ୍‌ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍ସଫର୍ମେଶନ ବା ରୂପାନ୍ତର ଆସିଥାଏ। ଟେକ୍ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟକ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରିର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ୱ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଡ଼ି ହୋଇଥିବା ସ୍କୁଲଗୁଡ଼ିକରେ ଉପସ୍ଥିତ ଥିବା ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସମ୍ପର୍କରେ ବୁଝାଇ କହିଛନ୍ତି ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍ନୋଲୋଜିର ଯୁଗ। ଜୀବନର ସବୁ କ୍ଷେତ୍ରକୁ ଟେକ୍ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ। ସେହିପରି ସମୟ ଉପରେ ଗୁରୁତ୍ତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଛାତ୍ରୀଛାତ୍ରମାନଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ସ୍କୁଲଗୁଡ଼ିକରେ ପିଲାମାନଙ୍କୁ ସବୁପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସମ୍ପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଖୋର୍ଦ୍ଧା ଜିଲାର ଛାତ୍ରୀ ରୂପାଲି ଲୋପାମୁଦ୍ରା ପଣ୍ଡା, ବରଗଡ଼ର ଛାତ୍ରୀ ଚଞ୍ଚଳା ଧାରୁଆ, ମୟୂରଭଞ୍ଜର ସୋହାନୀ ଧଳ, ବୌଦ୍ଧର ସ୍ବାତୀ ସିମରନ ଚିନାର ଓ ନବରଙ୍ଗପୁରର ବୈଷ୍ଣବୀ ହରିଜନ ପ୍ରମୁଖ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଶୈକ୍ଷିକ ପରିବେଶକୁ ଉନ୍ନତ କରିଛି। ଏହାଦ୍ବାରା ଆମେ ଜୀବନରେ ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବୁ ବୋଲି ଦୃଢ଼ ନିଶ୍ଚିତ ହୋଇଛୁ। ଏହାସହିତ ଆମ ରାଜ୍ୟ ଓଡ଼ିଶା ପାଇଁ ମଧ୍ୟ ନିଜର ଅବଦାନ ରଖିପାରିବୁ ବୋଲି ଭାବୁଛୁ। ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ଲାଗି ପିଲାମାନେ କହିଥିଲେ ଯେ ଆମେ ନିଶ୍ଚୟ ପଢ଼ିବୁ, ବଢ଼ିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବୁ।
ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲାରେ ଉପସ୍ଥିତ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ବରଗଡ଼ରେ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବୌଦ୍ଧରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ନବରଙ୍ଗପୁରରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ, ସ୍କୁଲ ରୂପାନ୍ତର ଦ୍ବାରା ଶିକ୍ଷା ବାତାବରଣରେ ଉନ୍ନତି ଆସିବା ସହିତ ପିଲାମାନଙ୍କୁ ଡିଜିଟାଲ ଦୁନିଆ ସହିତ ଯୋଡ଼ିପାରିଛି। ଏହାଦ୍ବାରା ସେମାନେ ଆଧୁନିକ ଯୁଗର ଟେକ୍ନୋଲୋଜି ସହିତ ନିଜକୁ ସାମିଲ କରିବାରେ ଅଧିକ ସହଜ ହୋଇପାରିବ।
କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ, ସ୍କୁଲ ରୂପାନ୍ତରରେ ଯେଉଁସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡ଼ିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି। ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ଗୁଡ଼ିକର ରକ୍ଷଣାବେକ୍ଷଣ ଉପରେ ସର୍ବାଧିକ ଗୁରୁତ୍ୱାରୋପ କରନ୍ତି। ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି। ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସ୍କୁଲ ରୂପାନ୍ତରଣରେ ସାମିଲ ହେବ ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?