ମାଧ୍ୟମିକ ସ୍କୁଲରେ ନିଯୁକ୍ତି ପାଇଲେ ୩୨୫ ଶିକ୍ଷକ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ରାଜ୍ୟର ବିଭିନ୍ନ ସ୍କୁଲରେ ୩୨୫ ଜଣ ଟ୍ରେଣ୍ଡ ଗ୍ରାଜୁଏଟ ଟିଚର(ଟିଜିଟି) ଯୋଗ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ନିଯୁକ୍ତି ପର୍ବରେ ଏହି ଶିକ୍ଷକମାନେ ଯୋଗ ଦେଇଛନ୍ତି। ସେମାନେ ୨୧ଟି ବିଷୟରେ ଶିକ୍ଷାଦାନ କରିବେ। ଡିଗ୍ରୀ କଲେଜରୁ ଯୁକ୍ତ୨କୁ ଅଲଗା କରିବା ପରେ ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଉକ୍ତ ଶିକ୍ଷକମାନେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ପିଲାମାନଙ୍କ କ୍ୟାରିୟର ଗଢ଼ିବା ପାଇଁ ଉଚ୍ଚମାଧ୍ୟମିକ ସ୍ତରରେ ପୋଷ୍ଟ ଗ୍ରାଜୁଏଟ ଟିଚରଙ୍କୁ ପ୍ରଥମ ପର୍ଯ୍ୟାୟରେ ନିଯୁକ୍ତି ଦିଆଯାଇଛି। ଏଠାରୁ ଛାତ୍ରୀଛାତ୍ରମାନେ ବିଶ୍ୱସ୍ତରୀୟ ସୁବିଧାସୁଯୋଗ ପାଇବା ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ପିଲାମାନେ ସେମାନଙ୍କ ନିଜ ଭବିଷ୍ୟତ ସ୍ବପ୍ନକୁ ସାକାର କରିବାକୁ ଚାହିଁଲେ ସେମାନଙ୍କ ସଫଳତା ପଥରେ କୌଣସି ବାଧା ଉପୁଜିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ଶିକ୍ଷା ସରକାରଙ୍କ ପାଇଁ ପ୍ରାଥମିକ। ୫-ଟି କାର୍ଯ୍ୟକ୍ରମରେ ରାଜ୍ୟର ୬,୮୦୦ ସ୍କୁଲ ରୂପାନ୍ତରଣ କରାଯାଇଛି। ଏହା ରାଜ୍ୟର ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମଧ୍ୟରେ ଏକ ନୂତନ ଉନ୍ମାଦନା ସୃଷ୍ଟି କରିଛି। ଉଚ୍ଚ ମାଧ୍ୟମିକ ଶିକ୍ଷାକୁ ତ୍ୱରାନ୍ବିତ କରିବାକୁ ରାଜ୍ୟର ୧୧୦ ସ୍କୁଲକୁ ଉଚ୍ଚମାଧ୍ୟମିକ ସ୍କୁଲକୁ ଉନ୍ନୀତ କରାଯାଇଛି। ଏଥିପାଇଁ ୯୦୦ରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ ପଦବୀକୁ ଅନୁମୋଦନ କରାଯାଇଛି। ଶିକ୍ଷକମାନେ ସର୍ବୋତ୍କୃଷ୍ଟ ଦକ୍ଷତା ସହ ନିଜକୁ ଅପ୍‌ଡେଟ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ୫-ଟି ବ୍ୟବସ୍ଥା ଶୈଖିକ ଅଭିଜ୍ଞତାକୁ ବୃଦ୍ଧି କରିବାରେ ସହାୟତା କରିବ। ନବନିଯୁକ୍ତ ଶିକ୍ଷକମାନେ ନିଜର ଉଦ୍ୟମ ଦ୍ୱାରା ରାଜ୍ୟକୁ ଭଲ ସେବା ଯୋଗାଇ ପାରିବେ। ଉଚ୍ଚମାଧ୍ୟମିକ ଟପ୍ପରମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରମାନେ ଆମ ରାଜ୍ୟର ରତ୍ନ। ସେମାନେ ତାଙ୍କ କ୍ୟାରିୟରରେ ଆହୁରି ଆଗକୁ ବଢ଼ିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଆମ ସମାଜକୁ ବଞ୍ଚିବା ପାଇଁ ଏକ ଉତ୍ତମ ସ୍ଥାନ ଦେବାର ପ୍ରୟାସ ଶିକ୍ଷାର ଲକ୍ଷ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି ଯେ ବିଭାଗ ଆହୁରି ନୂଆ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାକୁ ଯୋଜନା ରଖିଛି। ଆହୁରି ଅଧିକ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ନିଜର ଲକ୍ଷ୍ୟ ପୂରଣ ପାଇଁ ଆହୁରି କଠିନ ପରିଶ୍ରମ କରିବାକୁ ସେ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଶିକ୍ଷା କ୍ଷେତ୍ରରେ ହେଉଥିବା ରୂପାନ୍ତରକୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଶିକ୍ଷକମାନେ ଆହୁରି ତ୍ୱରାନ୍ବିତ କରିପାରିବେ ବୋଲି କହିଛନ୍ତି। ବିଭାଗୀୟ ସଚିବ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri