ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିଭଳି ୭୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୫୨୬କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୭ ହଜାର ୮୯୨ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିଭଳି ଏବେମଧ୍ୟ ୩,୫୨୬ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି। ୯୧ ଜଣଙ୍କ ମୃତ୍ୟୁ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ମଙ୍ଗଳବାର ରାଜଧାନୀରେ ୩୯୫ ଜଣ କରୋନାରୁ ଆରୋଗ୍ୟ ହୋଇଥିବା ଜଣାପଡ଼ିଛି।