୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ଉକ୍ତ ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକଙ୍କୁ ୩୫୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଗରିବ ଲୋକଙ୍କ ପାଇଁ ଏପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍‌ଡାଉନ, ଶଟ୍‌ଡାଉନ ଯୋଗୁ ଗରିବ ଲୋକଙ୍କ ରୋଜଗାର କମିଛି। ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠାଦୋକାନୀଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି। ଏଥିରେ ଶ୍ରମିକମାନଙ୍କ ପାଇଁ ୩୫୨ କୋଟି ଟଙ୍କାର ସହାୟତା ରହିଛି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇପାରିଛି। ବର୍ଷ ଶେଷ ସୁଦ୍ଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ଼ କରିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲାର ଜିଲାପାଳ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri