୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି। ଉକ୍ତ ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକଙ୍କୁ ୩୫୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଗରିବ ଲୋକଙ୍କ ପାଇଁ ଏପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍‌ଡାଉନ, ଶଟ୍‌ଡାଉନ ଯୋଗୁ ଗରିବ ଲୋକଙ୍କ ରୋଜଗାର କମିଛି। ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠାଦୋକାନୀଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି। ଏଥିରେ ଶ୍ରମିକମାନଙ୍କ ପାଇଁ ୩୫୨ କୋଟି ଟଙ୍କାର ସହାୟତା ରହିଛି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇପାରିଛି। ବର୍ଷ ଶେଷ ସୁଦ୍ଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ଼ କରିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲାର ଜିଲାପାଳ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?