ପୁରୁଷୋତ୍ତମପୁରର ୩୩ ବୁଥ୍‌ ଅତି ସମ୍ବେଦନଶୀଳ

ପୁରୁଷୋତ୍ତପୁର,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ ନେଇ ବ୍ଲକ ନିର୍ବାଚନ ଅଧିକାରୀ ବିଡିଓ ବିଜୟ କୁମାର ବେହେରା ସୂଚନା ଦେଇଛନ୍ତି। ୨୬ଟି ପଞ୍ଚାୟତରେ ୩ଟି ଜୋନ୍‌ ରହିଛି। ଏଥିରେ ୩୬୪ଟି ବୁଥ୍‌ ରହିଥିବା ବେଳେ ସେଥିରୁ ୩୩ଟି ଅତି ସମ୍ବେଦନଶୀଳ ବୁଥ୍‌। କୋଳାସିଙ୍ଗି, ବଡବରଗାଁ ପ୍ରାଥମିକ ବିଦ୍ୟାଳୟ, କେଏନ ପୁର ହାଇସ୍କୁଲ, ବାଘଳା ପ୍ରାଥମିକ ବିଦ୍ୟାଳୟ, ରଣଝାଲି ପ୍ରାଥମିକ ବିଦ୍ୟାଳୟ, ସୁନାଥର ପ୍ରାଥମିକ ବିଦ୍ୟାଳୟରେ ହୋଇ ଥିବା ବୁଥ୍‌କୁ ଚିହ୍ନଟ କରାଯାଇଥିବା ବେଳେ ୧୧୨ଟି ବୁଥ୍‌କୁ ସମ୍ବେଦନଶୀଳ ବୁଥ୍‌ ଭାବରେ ଚିହ୍ନଟ କରାଯାଇଛି। ଏହି ବୁଥ୍‌ଗୁଡ଼ିକ ଉପରେ କଡ଼ାନଜର ଦିଆଯାଇଛି। ୮ଟି କ୍ଲଷ୍ଟର ମାଧ୍ୟମରେ ୨୬ ଜଣ ସେକ୍ଟର ଅଫିସରଙ୍କ ସମେତ ୩୬୪ ଜଣ ପ୍ରିଜାଇଡିଂ ଅଫିସର, ୭୨୮ ଜଣ ପୋଲିଂ ଅଫିସର ନିଯୁକ୍ତ କରାଯାଇଥିବା ବେଳେ ୬୦୦ରୁ ୭୦୦ ଭୋଟର ଥିବା ବୁଥ୍‌ରେ ଅତିରିକ୍ତ ପୋଲିଂ ଅଫିସରଙ୍କୁ ନିୟୋଜିତ କରାଯାଇଛି। ୩ଟି ଷ୍ଟ୍ରଙ୍ଗରୁମ୍‌ ବ୍ଲକ ପରିସରରେ କରାଯାଇ ପୋଲିସର କଡ଼ାସୁରକ୍ଷା ସହ ସିସିଟିଭି ନଜରରେ ରଖାଯାଇଛି। ପୋଲିସ ପକ୍ଷରୁ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ନେତୃତ୍ୱରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ଜଣେ ଅତିରିକ୍ତ ଏସ୍‌ପିଙ୍କ ସହ ୩ ଜଣ ଡିଏସ୍‌ପି, ୭ଜଣ ଇନ୍ସପେକ୍ଟରଙ୍କ ସମେତ ୫୩୦ ଜଣ ପୋଲିସ କର୍ମଚାରୀ ନିଯୁକ୍ତି କରାଯାଇଛି। ଏହାସହ ସ୍ବତନ୍ତ୍ର ଫ୍ଲାଇଙ୍ଗ ସ୍କ୍ବାଡ ଗଠନ କରାଯାଇଛି। ଏଠାରେ ସରପଞ୍ଚ ପଦବୀ ଲାଗି ୮୮ଜଣ, ସମିତିସଭ୍ୟ ପଦବୀ ଲାଗି ୭୬ ଜଣ ଓ ଓ୍ବାର୍ଡସଭ୍ୟ ପଦବୀ ଲାଗି ୪୯୧ଜଣ ନିର୍ବାଚନ ମଇଦାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri