୯ ଆସନ ପାଇଁ ଚାଲିଛି ଅଙ୍କକଷା

ଝାରସୁଗୁଡ଼ା ଅଫିସ,୧୫ା୨: ଝାରସୁଗୁଡ଼ା ଜିଲାରେ ୯ ଜିଲା ପରିଷଦ ଆସନ ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳରୁ ସମୁଦାୟ ୩୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଜିଲାରେ ୧୬ ଓ ୧୮ ତାରିଖ ୨ଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟୟ ମତଦାନ ପାଇଁ ସୋମବାର ନିର୍ବାଚନ ପ୍ରଚାର ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆଉ ୩ ଦିନ ବାକି ରହିଥିବାବେଳେ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିଛନ୍ତି।

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବହୁମୁଖୀ ଯୋଜନାକୁ ନେଇ ଦଳୀୟ ନେତାମାନେ ଭୋଟରଙ୍କୁ ପ୍ରଭାବିତ କରୁଥିବା ବେଳେ କେତେକ ଆସନରେ ଦଳୀୟ ପ୍ରାର୍ଥୀଙ୍କ ଭାବମୂର୍ତ୍ତିକୁ ନେଇ ଭୋଟର ପ୍ରଶ୍ନ କରୁଛନ୍ତି, ଯାହା ଦଳ ପାଇଁ କ୍ଷତି ପହଞ୍ଚାଇବା ସମ୍ଭାବନା ରହିଛି। ଏହାଛଡା ଦଳୀୟ ଟିକେଟ ବଣ୍ଟାକୁ ନେଇ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ଏହାର ସମାଧାନ ପାଇଁ ଦଳୀୟ ନେତାମାନେ ଲାଗିପଡିଛନ୍ତି। ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଦଳୀୟ ପ୍ରାର୍ଥୀମାନେ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଉଛନ୍ତି। ହେଲେ ଏଥିରେ ଭୋଟର ଭାସି ନ ଯାଇ ନିଜର ବୁଦ୍ଧିବିଚାର ଖଟାଇ ଉଚିତ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଜିଲା ପରିଷଦ ଆସନ ୯ ସଂଖ୍ୟାକୁ ହାସଲ କରିବା ପାଇଁ ରାଜନୈତିକ ଦଳ ଲାଗିପଡିଛନ୍ତି। ବିଜେଡି ୯କୁ ୯ ଜିତିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିବାବେଳେ ଭାଜପା ଏହାକୁ ଭୁଲ ପ୍ରମାଣିତ କରିବା ପାଇଁ ପ୍ରୟାସ ଚଳାଇଛି। ଅନ୍ୟପକ୍ଷେ ଭାଜପା ୩ ଆସନ ହାତେଇବ ବୋଲି ସବୁଠି ଚର୍ଚ୍ଚା ଚାଲିଛି  । ଭୋଟରଙ୍କ ଏହି ଅଙ୍କ ଦଳର ହୋସ୍‌ ଉଡାଇ ଦେଉଛି। ବିଗତ ୨୦୧୭ ନିର୍ବାଚନ ଫଳାଫଳକୁ ଦେଖିଲେ କଂଗ୍ରେସ ୮ ଓ ଭାଜପା ୧ ଆସନରେ ବିଜୟୀ ହୋଇଥିଲା। ଏଥର ବିଜେଡି ଜିଲା ପରିଷଦ ଅଧ୍ୟକ୍ଷ ପଦ ଦଖଲ ପାଇଁ ଆଶା ବାନ୍ଧିଥିବାବେଳେ ଭାଜପା ଅଧିକ ଆସନ ହାତେଇବାକୁ ଲକ୍ଷ୍ୟ ରଖିଛି। କଂଗ୍ରେସ ସମ୍ମାନ ରକ୍ଷା କରିପାରିବ କି ନାହିଁ ତାହା ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri