୩୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୨ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶାର ୨୮ ଜିଲାର ମୋଟ ୩୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ୧ମାସ ମଧ୍ୟରେ ୬୧,୧୨୦ ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ ଅଭିଯାନ’ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ବିଦ୍ୟାଳୟର ବିକାଶ ପାଇଁ ମୋଟ ୧୦.୮୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ପୁରାତନ ଛାତ୍ରୀଛାତ୍ର ସର୍ବାଧିକ ୩.୪୯ କୋଟି ଟଙ୍କା ପ୍ରଦାନ କରିଥିବାବେଳେ କେନ୍ଦୁଝର ୧.୯୫ କୋଟି, ମୟୂରଭଞ୍ଜ ୬୨ ଲକ୍ଷ, ଅନୁଗୋଳ ୩୬ ଲକ୍ଷ ଓ ବରଗଡ଼ରେ ୩୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୪ଲକ୍ଷ ୨୦ହଜାର ପୁରାତନ ଛାତ୍ରୀଛାତ୍ର ଏହି ଅଭିଯାନରେ ଯୋଡ଼ି ହୋଇଥିବାବେଳେ ୨୬ହଜାର ସ୍କୁଲ ସାମିଲ ହୋଇଛି। କରୋନା ସତ୍ତ୍ବେ ଚଳିତ ଆର୍ଥିକ ବର୍ଷ ଫେବୃୟାରୀ ସୁଦ୍ଧା ପୁରାତନ ଛାତ୍ରୀଛାତ୍ରମାନେ ୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିବା ବୈଠକରୁ ଜଣାପଡ଼ିଛି।
ବୈଠକରେ ‘ମୋ ସ୍କୁଲ ଅଭିଯାନ’ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ପବ୍ଲିକ୍‌ ଡିସ୍‌କ୍ଲୋଜର୍‌ ଏବଂ ସୋସିଆଲ୍‌ ଅଡିଟ୍‌ ଉପରେ ଗୁରୁତ୍ୱ ଦିଆଯାଇଥିଲା। କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟୟବରାଦ ଓ ସମ୍ପୂର୍ଣ୍ଣ ବିବରଣୀ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଜଣାଇଦିଆଯିବ। ସ୍କୁଲର ମାଇକ୍ରୋ ୱେବ୍‌ସାଇଟ୍‌ରେ ଏନେଇ ସମସ୍ତ ତଥ୍ୟ ଉପଲବ୍ଧ ରହିବ। ଏଥିରେ ଅଧିକ ସ୍ବଚ୍ଛତା ଆଣିବାକୁ ସ୍ବତନ୍ତ୍ର ଅଡିଟରଙ୍କ ଦ୍ୱାରା ଅଡିଟ୍‌ କରାଯିବ। ବିଦ୍ୟାଳୟଗୁଡ଼ିକ କିଣିଥିବା ସମସ୍ତ ଆସବାବପତ୍ରର ଏକ ସ୍ବତନ୍ତ୍ର ରେଜିଷ୍ଟର ପ୍ରସ୍ତୁତ କରାଯିବ। ‘ମୋ ସ୍କୁଲ’ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟଗୁଡ଼ିକୁ ମ୍ୟାଚିଂ ଗ୍ରାଣ୍ଟ ତଥା ସରକାରୀ ସହାୟତା ପ୍ରଦାନକୁ ପ୍ରାଥମିକତା ଦିଆଯାଇଥିବାବେଳେ ସ୍କୁଲଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ ପୂର୍ବରୁ ବ୍ୟାଙ୍କ ପାସ୍‌ବୁକ୍‌ ସହ ଆବଶ୍ୟକ ସମସ୍ତ କାଗଜପତ୍ର ଯାଞ୍ଚକୁ ଜୋର୍‌ଦାର କରାଯାଇଛି। କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ଷ୍ଟାଟସ୍‌ ରିପୋର୍ଟ ସହାୟତା ପ୍ରଦାନ କରିଥିବା ପୁରାତନ ଛାତ୍ରୀଛାତ୍ରଙ୍କ ନିକଟକୁ ହ୍ବାଟସ୍‌ଆପ୍‌ ଯୋଗେ ପଠାଇବାର ବ୍ୟବସ୍ଥା କରାଯାଇଛି।
ଅନ୍ୟପକ୍ଷରେ ‘ମୋ ସ୍କୁଲ ଅଭିଯାନ’ ଅନ୍ତର୍ଗତ ସ୍କୁଲ ଆଡପ୍‌ଶନ୍‌ ବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରତି ପୁରାତନ ଛାତ୍ରୀଛାତ୍ର ଓ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅହେତୁକ ଆଗ୍ରହ ପ୍ରକାଶ ପାଇଛି। ବିଭିନ୍ନ ବର୍ଗର ଲୋକ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିବାବେଳେ ‘ମୋ ସ୍କୁଲ’ ପକ୍ଷରୁ ପର୍ଯ୍ୟାୟକ୍ରମେ ପୋଷ୍ୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନେଇ ଭର୍ଚୁଆଲ୍‌ ବୈଠକର ଆୟୋଜନ କରାଯାଇଛି। ଆସନ୍ତା ମାର୍ଚ୍ଚରେ ଜିଲାସ୍ତରୀୟ ବୈଠକ କରାଯିବାକୁ ନିଷ୍ପତ୍ତି ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୯୭୯୭ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇସାରିଥିବାବେଳେ ୨୩୮୦ଟିର କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହି ବୈଠକରେ ବିଭାଗୀୟ ଅତିରିକ୍ତ ଶାସନ ସଚିବଙ୍କ ସମେତ ବହୁ ନିର୍ଦ୍ଦେଶକ, ‘ମୋ ସ୍କୁଲ’ ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri