Posted inଜାତୀୟ

ନିର୍ବାଚନ ହେବାକୁ ଥିବା ରାଜ୍ୟରେ ୩୩ ଲକ୍ଷ ଶ୍ରମିକ, ଭୋଟରଙ୍କ ଉପରେ ମନରେଗା ବଜେଟ ହ୍ରାସର ପ୍ରଭାବ ପଡ଼ିବା ଆଶଙ୍କା…

ନୂଆଦିଲ୍ଲୀ,୧୧।୨ : ଆଗାମୀ ଦିନରେ ମେଘାଳୟ, ମିଜୋରାମ, ତ୍ରିପୁରା, ନାଗାଲାଣ୍ଡ,ଛତିଶଗଡ଼, ତେଲେଙ୍ଗାନା, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଆଦି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏସବୁ ରାଜ୍ୟରେ ୩୩ ଲକ୍ଷରୁ ଅଧିକ ଶମିକ ଅଛନ୍ତି। ମାତ୍ର ଚଳିତ କେନ୍ଦ୍ରୀୟ ବଜେଟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ (ମନରେଗା) ଯୋଜନା ପାଇଁ କେବଳ ୬୦ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି। ଏହା ଯୋଗୁ ଭୋଟରଙ୍କ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ବିରୋଧୀ ଦଳମାନେ ଅଭିଯୋଗ କରିଛନ୍ତି ଯେ କେନ୍ଦ୍ର ସରକାର ବଜେଟ ଆବଣ୍ଟନକୁ ହ୍ରାସ କରି ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ଶେଷ କରୁଛନ୍ତି। ତେବେ ଗ୍ରାମାଞ୍ଚଳର ଚାକିରିର ଚାହିଦା ଆଧାରରେ ଏହାକୁ ସଂଶୋଧନ କରାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ବଜେଟରେ ମନରେଗା ଆବଣ୍ଟନରେ ୨୫ ପ୍ରତିଶତ ହ୍ରାସ ଘଟିଛି। ବର୍ଷ ଶେଷରେ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ମନରେଗା ଯୋଜନାରେ ଅଭାବକୁ ଦୂର କରିବା ପାଇଁ ଅତିରିକ୍ତ ୨୫ ହଜାର କୋଟି ଟଙ୍କା ମାଗିଥିଲେ। ମାତ୍ର ସରକାର କେବଳ ୧୬ ହଜାର କୋଟି ମଞ୍ଜୁର କରିଥିଲେ। ସାରା ଦେଶରେ କୃଷି କ୍ଷେତ୍ରରେ ଶ୍ରମିକମାନେ ମନରେଗା ଅଧୀନରେ କାର୍ଯ୍ୟ କରୁଛନ୍ତି, କିନ୍ତୁ ଏହି ଆର୍ଥିକ ବର୍ଷରେ ମନରେଗା ଯୋଜନାରେ ଗୋଟିଏ ପରିବାରର ହାରାହାରି ଦିନର ଆୟ ପାଞ୍ଚ ବର୍ଷ ମଧ୍ୟରେ ସର୍ବନିମ୍ନ ସ୍ତରରେ ଅଛି । ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ଦୁଇ ରାଜ୍ୟ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ମନରେଗା ଦ୍ୱାରା ଉପକୃତ ହେଉଥିବା ଶ୍ରମିକଙ୍କ ସଂଖ୍ୟା ଅଧିକ ରହିଛି। ସରକାରୀ ପରିସଂଖ୍ୟାନ ଅନୁଯାୟୀ, ୨୦୨୦-୨୧ ଆର୍ଥିକ ବର୍ଷରେ ସାରା ଦେଶରେ ମନରେଗା ଅଧୀନରେ ୧୧ କୋଟିରୁ ଅଧିକ ଲୋକ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri