Posted inଜାତୀୟ

ନିର୍ବାଚନ ହେବାକୁ ଥିବା ରାଜ୍ୟରେ ୩୩ ଲକ୍ଷ ଶ୍ରମିକ, ଭୋଟରଙ୍କ ଉପରେ ମନରେଗା ବଜେଟ ହ୍ରାସର ପ୍ରଭାବ ପଡ଼ିବା ଆଶଙ୍କା…

ନୂଆଦିଲ୍ଲୀ,୧୧।୨ : ଆଗାମୀ ଦିନରେ ମେଘାଳୟ, ମିଜୋରାମ, ତ୍ରିପୁରା, ନାଗାଲାଣ୍ଡ,ଛତିଶଗଡ଼, ତେଲେଙ୍ଗାନା, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଆଦି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏସବୁ ରାଜ୍ୟରେ ୩୩ ଲକ୍ଷରୁ ଅଧିକ ଶମିକ ଅଛନ୍ତି। ମାତ୍ର ଚଳିତ କେନ୍ଦ୍ରୀୟ ବଜେଟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ (ମନରେଗା) ଯୋଜନା ପାଇଁ କେବଳ ୬୦ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି। ଏହା ଯୋଗୁ ଭୋଟରଙ୍କ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ବିରୋଧୀ ଦଳମାନେ ଅଭିଯୋଗ କରିଛନ୍ତି ଯେ କେନ୍ଦ୍ର ସରକାର ବଜେଟ ଆବଣ୍ଟନକୁ ହ୍ରାସ କରି ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ଶେଷ କରୁଛନ୍ତି। ତେବେ ଗ୍ରାମାଞ୍ଚଳର ଚାକିରିର ଚାହିଦା ଆଧାରରେ ଏହାକୁ ସଂଶୋଧନ କରାଯିବ ବୋଲି କେନ୍ଦ୍ର ସରକାର କହିଛନ୍ତି।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ବଜେଟରେ ମନରେଗା ଆବଣ୍ଟନରେ ୨୫ ପ୍ରତିଶତ ହ୍ରାସ ଘଟିଛି। ବର୍ଷ ଶେଷରେ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ମନରେଗା ଯୋଜନାରେ ଅଭାବକୁ ଦୂର କରିବା ପାଇଁ ଅତିରିକ୍ତ ୨୫ ହଜାର କୋଟି ଟଙ୍କା ମାଗିଥିଲେ। ମାତ୍ର ସରକାର କେବଳ ୧୬ ହଜାର କୋଟି ମଞ୍ଜୁର କରିଥିଲେ। ସାରା ଦେଶରେ କୃଷି କ୍ଷେତ୍ରରେ ଶ୍ରମିକମାନେ ମନରେଗା ଅଧୀନରେ କାର୍ଯ୍ୟ କରୁଛନ୍ତି, କିନ୍ତୁ ଏହି ଆର୍ଥିକ ବର୍ଷରେ ମନରେଗା ଯୋଜନାରେ ଗୋଟିଏ ପରିବାରର ହାରାହାରି ଦିନର ଆୟ ପାଞ୍ଚ ବର୍ଷ ମଧ୍ୟରେ ସର୍ବନିମ୍ନ ସ୍ତରରେ ଅଛି । ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ଦୁଇ ରାଜ୍ୟ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ମନରେଗା ଦ୍ୱାରା ଉପକୃତ ହେଉଥିବା ଶ୍ରମିକଙ୍କ ସଂଖ୍ୟା ଅଧିକ ରହିଛି। ସରକାରୀ ପରିସଂଖ୍ୟାନ ଅନୁଯାୟୀ, ୨୦୨୦-୨୧ ଆର୍ଥିକ ବର୍ଷରେ ସାରା ଦେଶରେ ମନରେଗା ଅଧୀନରେ ୧୧ କୋଟିରୁ ଅଧିକ ଲୋକ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri