ୟୁକ୍ରେନର ସ୍କୁଲ, ବଡ ବଡ ଘର ଉପରେ ରୁଷିଆର ଆକ୍ରମଣ: ଚେର୍ନିହିବରେ ୩୩ ଜଣଙ୍କ ମୃତ୍ୟୁ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ନବମ ଦିନରେ ପହଞ୍ଚିଛି । ଏବେ ୟୁକ୍ରେନର ଯୁଆଡେ ଚାହିଁଲେ ସିଆଡେ ଖାଲି ଧ୍ୱଂସ ଆଉ ଧ୍ୱଂସ । ରୁଷିଆର ଭୟଙ୍କର ଆକ୍ରମଣରେ ଏକ ପ୍ରକାର ଧ୍ୱଂସର ଦ୍ୱାର ଦେଶରେ ଠିଆ ହୋଇଛି ୟୁକ୍ରେନ୍ । ହେଲେ ଏତିକିରେ ବି ମନ ମାନିନି ରୁଷିଆର କି ନଇଁବାକୁ ପ୍ରସ୍ତୁତ ନୁହେଁ ୟୁକ୍ରେନ । ଯୁଦ୍ଧର ନବମ ଦିନରେ ରୁଷିଆ ୟୁକ୍ରେନର ସ୍କୁଲ ଓ ବଡ ବଡ ଘରକୁ ଟାର୍ଗେଟ କରିଥିବା ଲକ୍ଷ୍ୟ କରାଯାଇଛି । ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗୁରୁବାର ରୁଷିଆ ସେନା ଉତ୍ତର ୟୁକ୍ରେନର ଚେର୍ନିହିବ ସହରରେ ଥିବା ସ୍କୁଲ ଓ ଉଚ୍ଚ ଉଚ୍ଚ ଘର ଉପରେ ଆକ୍ରମଣ କରିଛନ୍ତି । ଏଥିରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିରେ ୧୮ ଜଣ ଆହତ ବି ହୋଇଛନ୍ତି । ଚେର୍ନିହିବ ସହର ୟୁକ୍ରେନର ରାଜଧାନୀଠାରୁ ପାଖାପାଖି ୧୦ କିଲୋମିଟର ଉତ୍ତର ପୂର୍ବରେ ଅବସ୍ଥିତ । ଏହି ସହର ଉପରେ ରୁଷିଆ ସେନା ଉତ୍ତର ପଟରୁ ଆକ୍ରମଣ କରିବାକୁ ଚେଷ୍ଟା କରୁଥିବା ବେଳେ ଲଗାତାର ବୋମା ବିସ୍ଫୋରଣ ସହ ଗୁଳିଗୋଳା ବର୍ଷଣ କରି ଚାଲଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri