ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଗୁରୁବାର ଛାତ୍ରୀମାନେ ଖାଇ ସାରିବା ପରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ୧୯ଜଣ ଛାତ୍ରୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନେଇଥିଲେ। ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା.ସତ୍ୟଜିତ ଦଳେଇ ଏକ ଡାକ୍ତରୀ ଦଳ ସହ ବିଦ୍ୟାଳୟରେ ପହଞ୍ଚି ଅନ୍ୟ ଆକ୍ରାନ୍ତଙ୍କ ଚିକିତ୍ସା କରି ଫେରିଛନ୍ତି।
ଖବରପାଇ କପ୍ତିପଦା ଉପଜିଲାପାଳ,ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଓ କପ୍ତିପଦା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଡାକ୍ତରଖାନାରେ ପହଞ୍ଚି ଅସୁସ୍ଥ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ବୁଧବାର ରାତିରେ ଛାତ୍ରୀମାନେ ମାଛ ଖାଇଥିଲେ ଓ ଗୁରୁବାର ମଧ୍ୟାହ୍ନରେ ଅଣ୍ଡା ଖାଇଥିବାରୁ ଖାଦ୍ୟ ବିଷାକ୍ତ ହୋଇ ଏଭଳି ହୋଇଥିବା ଅନୁମାନ କରାଯାଉଛି ବୋଲି ଡାକ୍ତର ଦଳେଇ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri