୩୩ ପ୍ରତିଶତ ମହିଳା ସଂରକ୍ଷଣ ଦାବି: ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପାଟଣା, ୧୨।୫ (ବୀର କିଶୋର ଦାଶ) : ପାଟଣା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ” ଅବସରରେ ମଙ୍ଗଳବାର ଏକ ବିରାଟ ଶୋଭାଯାତ୍ରା, ବିକ୍ଷୋଭ ସମାବେଶ ଓ କୁଶପୁତ୍ତଳିକା ଦାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥ ଆନନ୍ଦେଶ୍ୱର ମନ୍ଦିର ଠାରୁ ଏକ ବିରାଟ ରାଲିରେ ବିଜେଡ଼ି ମହିଳା କର୍ମୀମାନେ ବାହାରି “ମୋହନ ସରକାର ଡାଉନ୍ ଡାଉନ୍”, “ନବୀନ ପଟ୍ଟନାୟକ ଜିନ୍ଦାବାଦ”, “୩୩ ପ୍ରତିଶତ ମହିଳା ସଂରକ୍ଷଣ ଆମର ଦାବି”, “କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଅ”, “ଜିତୁ ମୁଣ୍ଡାଙ୍କୁ ନ୍ୟାୟ ପ୍ରଦାନ କର” ଆଦି ସରକାର ବିରୋଧୀ ସ୍ଲୋଗାନ ଦେଇ ପ୍ଲାକାର୍ଡ ଧରି ବଜାର ପରିକ୍ରମା କରିଥିଲେ।

ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପାଟଣା ବ୍ଲକର ୮ଟି ପଞ୍ଚାୟତରେ ଏପ୍ରିଲ ମାସରେ ଘଟିଥିବା କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଦାବିରେ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକଙ୍କ ମାଧ୍ୟମରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।

ଏହାପରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ପରେ ରାଲି ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା।

ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ବିକ୍ଷୋଭ ସମାବେଶରେ ବିଜେଡ଼ି ନେତ୍ରୀମାନେ କେନ୍ଦ୍ର ଓ ରାଜ୍ୟର ଭାଜପା ସରକାର ବିରୋଧରେ ବର୍ଷିଥିଲେ। ସେମାନେ ୨୦୨୩ ମସିହାରେ ପାରିତ ହୋଇଥିବା ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ୍‌କୁ କେନ୍ଦ୍ର ସରକାର ଶୀଘ୍ର ଲାଗୁ କରିବାକୁ ଦାବି କରିଥିଲେ।

ପରେ ପାଟଣା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ମହିଳା ନେତ୍ରୀମାନେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପାଟଣା ବିଡିଓ ମାନସ ରଞ୍ଜନ ଦଣ୍ଡପାଟଙ୍କୁ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡ଼ି ସଭାପତି ଆଶିଷ ଚକ୍ରବର୍ତ୍ତୀ, ପୂର୍ବତନ କେନ୍ଦୁଝର ପୌରାଧ୍ୟକ୍ଷା ମୀନା ମାଝୀ, ବରିଷ୍ଠ ବିଜେଡ଼ି ନେତା ସତ୍ୟବ୍ରତ ନାଏକ, ଜିଲା ବିଜେଡ଼ି ଉପସଭାପତି ତଥା ଆଇନଜୀବୀ ରାହାସବିହାରୀ ପୃଷ୍ଟି, ପାଟଣା ବ୍ଲକ୍ ବିଜେଡ଼ି ସଭାପତି ମାଧବାନନ୍ଦ ପୃଷ୍ଟି, ସାହାରପଡ଼ା ବ୍ଲକ୍ ବିଜେଡ଼ି ସଭାପତି ଦିଲ୍ଲୀପ କୁମାର ସାହୁ, ୨୩ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ୨୨ ନମ୍ବର ଜୋନ୍‌ର ସୌଭାଗ୍ୟମଞ୍ଜରୀ ନାୟକ, ୩୦ ନମ୍ବର ଜୋନ୍‌ର ଚମ୍ପାବତୀ ଟୁଡୁ, ପୂର୍ବତନ ପାଟଣା ବ୍ଲକ୍ ଅଧ୍ୟକ୍ଷା ଶୁକାନ୍ତି ନାଏକ, ପୂର୍ବତନ ସାହାରପଡ଼ା ବ୍ଲକ୍ ଅଧ୍ୟକ୍ଷା ପାର୍ବତୀ ଦେହୁରୀ, ମହିଳା ନେତ୍ରୀ ଧରିତ୍ରୀ ମହାନ୍ତ, ଜିଲା ବିଜେଡ଼ି ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ନିରଞ୍ଜନ ତ୍ରିପାଠୀ, ଶତ୍ରୁଘ୍ନ ସିଂହ, ମହେନ୍ଦ୍ର ସାହୁ, ୨୯ ନମ୍ବର ଜିଲ୍ଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼, ୧୮ ନମ୍ବର ଜୋନ୍‌ର ରାଧାକାନ୍ତ ନାଏକ, ବରିଷ୍ଠ ନେତା ଅଜୟ ପଟ୍ଟନାୟକ, କୃଷ୍ଣଚନ୍ଦ୍ର ମହାପାତ୍ର, ସୁମିତ କୁମାର ପତି, ଶ୍ରୀତମ ପଣ୍ଡା, ସନ୍ତୋଷ ତ୍ରିପାଠୀଙ୍କ ସହ ଅନେକ ନେତା ଓ କର୍ମୀ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?