ଓଡ଼ିଶାକୁ ୩୩୩.୮ କୋଟି ସହାୟତା

ନୂଆଦିଲ୍ଲୀ, ୧୦।୫:ଗ୍ରାମାଞ୍ଚଳରେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୫ଟି ରାଜ୍ୟ ନିମନ୍ତେ ୮,୯୨୩.୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ସେହି ଅନୁଯାୟୀ ଓଡ଼ିଶାକୁ ୩୩୩. ୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଯଥା ଗ୍ରାମ ପଞ୍ଚାୟତ, ବ୍ଲକ ଏବଂ ଜିଲା ସ୍ତରରେ ଏହି ଅର୍ଥ ଖର୍ଚ୍ଚ କରାଯିବ ବୋଲି ରବିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ୨୦୨୧-୨୨ ଆର୍ଥତ୍କ ବର୍ଷ ଲାଗି ଅନୁଦାନର ପ୍ରଥମ କିସ୍ତି ଭାବେ ଏହା ପ୍ରଦାନ କରାଯାଇଛି। ଗ୍ରାମାଞ୍ଚଳ ସ୍ବାୟତ୍ତ ଶାସନ ସଂସ୍ଥାଗୁଡ଼ିକ ଏହାକୁ କରୋନା ମହାମାରୀ ମୁକାବିଲା ଲାଗି ବିଭିନ୍ନ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାରେ ବ୍ୟୟ କରିବେ।
ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସ କ୍ରମେ ୨୦୨୧ ଜୁନ୍‌ରେ ରାଜ୍ୟଗୁଡ଼ିକୁ ଅନୁଦାନର ପ୍ରଥମ କିସ୍ତି ମିଳିବା କଥା। କିନ୍ତୁୁ ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ମନ୍ତ୍ରଣାଳୟର ସୁପାରିସ କ୍ରମେ ଅର୍ଥ ମନ୍ତ୍ରଣାଳୟ ଆଗୁଆ ଅନୁଦାନ ଅର୍ଥ ପୈଠ କରିବା ଲାଗି ନିଷ୍ପତ୍ତି ନେଇଥିଲା। ଅନୁଦାନ ପ୍ରଦାନ ଲାଗି ପଞ୍ଚଦଶ ଅର୍ଥ କମିଶନ କେତେକ ସର୍ତ୍ତ ରଖିଥିଲେ। ତେବେ ବର୍ତ୍ତମାନର କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଥମ କିସ୍ତି ପୈଠ ବେଳେ ଉକ୍ତ ସର୍ତ୍ତାବଳୀକୁ ଉଠାଇ ଦିଆଯାଇଛି। ଉତ୍ତରପ୍ରଦେଶକୁ ସର୍ବାଧିକ ୧୪୪୧.୬ କୋଟି ଟଙ୍କା ଅନୁଦାନ ମିଳିଥିବାବେଳେ ମହାରାଷ୍ଟ୍ରକୁ ୮୬୧.୪ କୋଟି, ବିହାରକୁ ୭୪୧.୮ କୋଟି, ପଶ୍ଚିମବଙ୍ଗକୁ ୬୫୨.୨ କୋଟି, ମଧ୍ୟପ୍ରଦେଶକୁ ୫୮୮.୮ କୋଟି, ରାଜସ୍ଥାନକୁ ୫୭୦.୮ କୋଟି ଏବଂ ତାମିଲନାଡୁକୁ ୫୩୩. ୨ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁଜରାଟ ୪୭୨.୪ କୋଟି ପାଇଥିବାବେଳେ କର୍ନାଟକକୁ ୪୭୫.୪ କୋଟି ଟଙ୍କା ଅନୁଦାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri