ଓଡ଼ିଶାକୁ ୩୩୩.୮ କୋଟି ସହାୟତା

ନୂଆଦିଲ୍ଲୀ, ୧୦।୫:ଗ୍ରାମାଞ୍ଚଳରେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୫ଟି ରାଜ୍ୟ ନିମନ୍ତେ ୮,୯୨୩.୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ସେହି ଅନୁଯାୟୀ ଓଡ଼ିଶାକୁ ୩୩୩. ୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଯଥା ଗ୍ରାମ ପଞ୍ଚାୟତ, ବ୍ଲକ ଏବଂ ଜିଲା ସ୍ତରରେ ଏହି ଅର୍ଥ ଖର୍ଚ୍ଚ କରାଯିବ ବୋଲି ରବିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ୨୦୨୧-୨୨ ଆର୍ଥତ୍କ ବର୍ଷ ଲାଗି ଅନୁଦାନର ପ୍ରଥମ କିସ୍ତି ଭାବେ ଏହା ପ୍ରଦାନ କରାଯାଇଛି। ଗ୍ରାମାଞ୍ଚଳ ସ୍ବାୟତ୍ତ ଶାସନ ସଂସ୍ଥାଗୁଡ଼ିକ ଏହାକୁ କରୋନା ମହାମାରୀ ମୁକାବିଲା ଲାଗି ବିଭିନ୍ନ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାରେ ବ୍ୟୟ କରିବେ।
ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସ କ୍ରମେ ୨୦୨୧ ଜୁନ୍‌ରେ ରାଜ୍ୟଗୁଡ଼ିକୁ ଅନୁଦାନର ପ୍ରଥମ କିସ୍ତି ମିଳିବା କଥା। କିନ୍ତୁୁ ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ମନ୍ତ୍ରଣାଳୟର ସୁପାରିସ କ୍ରମେ ଅର୍ଥ ମନ୍ତ୍ରଣାଳୟ ଆଗୁଆ ଅନୁଦାନ ଅର୍ଥ ପୈଠ କରିବା ଲାଗି ନିଷ୍ପତ୍ତି ନେଇଥିଲା। ଅନୁଦାନ ପ୍ରଦାନ ଲାଗି ପଞ୍ଚଦଶ ଅର୍ଥ କମିଶନ କେତେକ ସର୍ତ୍ତ ରଖିଥିଲେ। ତେବେ ବର୍ତ୍ତମାନର କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଥମ କିସ୍ତି ପୈଠ ବେଳେ ଉକ୍ତ ସର୍ତ୍ତାବଳୀକୁ ଉଠାଇ ଦିଆଯାଇଛି। ଉତ୍ତରପ୍ରଦେଶକୁ ସର୍ବାଧିକ ୧୪୪୧.୬ କୋଟି ଟଙ୍କା ଅନୁଦାନ ମିଳିଥିବାବେଳେ ମହାରାଷ୍ଟ୍ରକୁ ୮୬୧.୪ କୋଟି, ବିହାରକୁ ୭୪୧.୮ କୋଟି, ପଶ୍ଚିମବଙ୍ଗକୁ ୬୫୨.୨ କୋଟି, ମଧ୍ୟପ୍ରଦେଶକୁ ୫୮୮.୮ କୋଟି, ରାଜସ୍ଥାନକୁ ୫୭୦.୮ କୋଟି ଏବଂ ତାମିଲନାଡୁକୁ ୫୩୩. ୨ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁଜରାଟ ୪୭୨.୪ କୋଟି ପାଇଥିବାବେଳେ କର୍ନାଟକକୁ ୪୭୫.୪ କୋଟି ଟଙ୍କା ଅନୁଦାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri