ରାଜ୍ୟରେ ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି।
ସୁନ୍ଦରଗ ଜିଲାରୁ ସର୍ବାଧିକ ୪୦ଟି ନୂଆ କେସ ରହିଥିବା ବେଳେ ଅନୁଗୋଳରୁ ୨୩, ବାଲେଶ୍ୱରରୁ ୧୮, ବରଗଡ଼ରୁ ୧୦, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୨୭, ବୌଦ୍ଧରୁ ୨, କଟକରୁ ୨୬, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୬, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୩୦, ମୟୂରଭଞ୍ଜରୁ ୨୦, ନୂଆପଡ଼ାରୁ ୧୩, ରାୟଗଡ଼ରୁ ୯ ଓ ସମ୍ବଲପୁରରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ ପୋଲରୁ ୭ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ରେ ପହଞ୍ଚିଥିବା ବେଳେ ୩,୨୩,୩୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୯୧୩ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଚିହ୍ନଟ ୪ ମୃତକଙ୍କ ମଧ୍ୟରେ ବାଲେଶ୍ୱର, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୮୫୭ରେ ପହଞ୍ଚିଛି।