୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୩୩୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୨ ଲୋକାଲ କେସ୍‌ ରହିଛି।

୨୭ଟି ଜିଲା ଓ ଷ୍ଟେଟ ପୋଲରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗ ଜିଲାରୁ ସର୍ବାଧିକ ୫୨ ଜଣ ରହିଛନ୍ତି। ଏହା ପଛକୁ ଖୋର୍ଦ୍ଧା ଜିଲା ରହିଛି। ଏଠାରେ ୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୫, ବାଲେଶ୍ୱର ୨୬, ବରଗ ୮, ଭଦ୍ରକରେ ୮, ବଲାଙ୍ଗୀରରେ ୧୧, ବୌଦ୍ଧ ୧, କଟକରେ ୨୦, ଦେବଗଡ଼ ୧, ଢେଙ୍କାନାଳ ୫, ଗଞ୍ଜାମ ୭, ଜଗତସିଂହପୁର ୭, ଯାଜପୁର ୯, ଝାରସୁଗୁଡ଼ା ୨୫, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୫, କେନ୍ଦୁଝରରେ ୧୪, କୋରାପୁଟ ୧, ମାଲକାନଗିରି ୨, ମୟୂରଭଞ୍ଜ ୨୯, ନବରଙ୍ଗପୁରରେ ୪, ନୟାଗଡ଼ ୧, ନୂଆପଡ଼ା ୭, ପୁରୀ ୧୫, ରାୟଗଡ଼ା ୨ ଓ ସମ୍ବଲପୁରରେ ୧୦ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ୪ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର ଓ ମାଲକାନଗିରି ଜିଲାରୁ ଜଣେ ଲେଖାଏ ମୃତକ ରହିଛନ୍ତି।
ସୂଚନାଯୋଗ୍ୟ, ୩୩୫ଟି ନୂଆ ଆକ୍ରାନ୍ତଙ୍କୁ ମିଶାଇ କେସ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଥିବା ବେଳେ ୩,୧୮,୨୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୨୩୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?