୧୦ ମାସରେ ୩୩୭ ଦୁର୍ଘଟଣା, ୧୫୦ ଜୀବନହାନି

ଢେଙ୍କାନାଳ,୧୭ା୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା ବୈଠକରେ ଅଧ୍ୟକ୍ଷତା କରି ପୂର୍ବ ଏବଂ ଚଳିତ ବୈଠକର ନିଷ୍ପତ୍ତିକୁ କଡାକଡି ଭାବେ ପାଳନ କରିବା ପାଇଁ ଆଞ୍ଚଳିକ ପରିବହନ ବିଭାଗ, ପୂର୍ତ୍ତ ବିଭାଗ ଏବଂ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ରାସ୍ତାପାର୍ଶ୍ୱ ଢାବାଗୁଡ଼ିକ ନିକଟରେ ୫୫ ଓ ୫୩ନଂ. ଜାତୀୟ ରାଜପଥ ମଝିରୁ ବେଆଇନ ଭାବେ କଟିଂ କରାଯାଇ ରାସ୍ତା ବାହାର କରାଯାଉଥିବା ନେଇ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ସଂକ୍ରାନ୍ତରେ ଏସ୍‌ପିଙ୍କୁ ଲିଖିତ ଭାବେ ଜଣାଇବା ପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଜିଲାପାଳ କହିଥିଲେ। ଆସନ୍ତା ମାର୍ଚ୍ଚ ମଧ୍ୟରେ ଅଧାପନ୍ତରିଆ ହୋଇ ପଡିଥିବା ରାସ୍ତା କାମ ସାରିବା ପାଇଁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା।
ଗତ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ ଜିଲାରେ ୩୩୭ଟି ଦୁର୍ଘଟଣା ଘଟି ୩୪୭ଜଣ ଆହତ ହୋଇଥିବା ବେଳେ ୧୫୦ ଜଣଙ୍କ ମୃତ୍ୟୁ ହୋଇଛି। ୨୦୨୨ ମସିହା ଏହି ସମୟ ମଧ୍ୟରେ ୧୬୩ ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା ବୋଲି ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ପୌରାଞ୍ଚଳ ପୂର୍ତ୍ତ ବିଭାଗ ରାସ୍ତାରେ ସ୍କୁଲ, କଲେଜ ଥିବା ଅଞ୍ଚଳରେ ପୂର୍ତ୍ତ ବିଭାଗ ପକ୍ଷରୁ ସାଇନେଜ୍‌ ଲଗାଇବା ପାଇଁ ମତପ୍ରକାଶ ପାଇଥିଲା। ସହର ରାସ୍ତାରୁ ଗୋରୁ ଓ ଷଣ୍ଢଙ୍କୁ ହଟାଇବା ପାଇଁ ସଦସ୍ୟମାନେ ଦାବି କରିଥିଲେ। କପିଳାସଠାରୁ ଗଁଦିଆ, ଷଡଙ୍ଗୀ ଦେଇ ଭୁବନକୁ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ମରାମତି କରିବାକୁ ଦାବି କରାଯାଇଥିଲା। ଏହି ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର, ମୋଟରଯାନ ନିରୀକ୍ଷକ ଦେବାଶିଷ ସ୍ବାଇଁ, ପୌର ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତ, ସଦର ଏସ୍‌ଡିପିଓ ବିଭୂତି ଭୂଷଣ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ସଦସ୍ୟ ଓ ସଡ଼କ ସୁରକ୍ଷା କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri