କମ୍ପ୍ୟୁଟର ଲାବ୍‌ର ୩୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୪: ରାଜ୍ୟର ପ୍ରମୁଖ ଘରୋଇ ଆଇଟି କମ୍ପାନୀ କମ୍ପ୍ୟୁଟର ଲାବ୍‌ର ୩୩ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଇନ୍‌ଫୋସିସ୍‌ କ୍ୟାମ୍ପସ ପରିସରରେ ଥିବା କମ୍ପାନୀର ମୁଖ୍ୟାଳୟଠାରେ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଜଗତସିଂହପୁର ଏମ୍‌ପି ଡ. ରାଜଶ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ରଘୁନାଥ ସାହୁ, ଓକାକ୍‌ର ଏମ୍‌ଡି ମାନସ ରଞ୍ଜନ ପଣ୍ଡା,ଡ. ପ୍ରଭାକର ପଣ୍ଡା, ଟି. ରାମଚନ୍ଦ୍ର ଏବଂ ବିପ୍ଲବ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏ ସମ୍ପର୍କରେ କମ୍ପାନୀର ସିଇଓ ସନ୍ତୋଷ କୁମାର ସାହୁ କହିଥିଲେ, ଦୀର୍ଘ ୩୦ ବର୍ଷରୁ ଅଧିକ ସମୟ ହେବ ରାଜ୍ୟବାସୀଙ୍କୁ ବିଭିନ୍ନ ପ୍ରକାର ସେବା ଯୋଗାଇ ଆସୁଛୁ। ଗ୍ରାହକଙ୍କ ସେବାକୁ ଗୁରୁତ୍ୱର ସହ ଗ୍ରହଣ କରିବା ସହିତ ଗୁଣାତ୍ମକ ସେବା ଯୋଗାଇବା ଆମର ମୂଳ ଲକ୍ଷ୍ୟ ବୋଲି ସେ ମତପ୍ରକାଶ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ବିଶେଷ ଅବଦାନ ଓ ସେବା ଯୋଗାଇଥିବା ୩ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ଏପରିକି ରୁଚିର ପରିଚାଳନା ନିର୍ଦ୍ଦେଶକ ଶୀତ କୁମାର ସାହୁଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଦିଆଯାଇଥିବା ବେଳେ ଡ. ଦୀନ୍‌ଦୟାଲ ସ୍ବାଇଁ ଓ ବଳରାମ ତରାଇଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ କମ୍ପାନୀ ପକ୍ଷରୁ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri