ରାଜଧାନୀରୁ ଲୁଟିଥିଲେ ୩୪ ବାଇକ୍‌

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍‌ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଦା ଜିଲା ସଦର ଥାନା ଗୁରୁଜଙ୍ଗରେ ରହୁଥିବା ପ୍ରଶାନ୍ତ ଲେଙ୍କା(୨୬), ରମେଶ ନାୟକ(୨୮), ଜଟଣୀ ଥାନା କୁସୁମାଟି ଗ୍ରାମର ଦୀପକ ନାୟକ(୨୬), କଟକ ଜିଲା ଆଠଗଡ଼ ଇଚ୍ଛାପୁର ଗ୍ରାମର ଦୁଷ୍ମନ୍ତ ବେହେରା(୨୮), ବାଙ୍କି ଥାନା ମଣିପୁର ଗ୍ରାମର ବିଜୁ ନାୟକ(୨୨)। ପୋଲିସ ତାଙ୍କଠାରୁ ୩୪ଟି ବାଇକ୍‌ ଜବତ କରିଛି। ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ଗ୍ୟାଙ୍ଗରେ ଆଉ କିଛି ସଦସ୍ୟ ଥିବା ପୋଲିସ ଜାଣିବାକୁ ପାଇଛି। ସେମାନଙ୍କୁ ଧରିବାକୁ ପୋଲିସ ଖୋଳତାଡ଼ ଜାରି ରଖିଛି। ତେବେ ଏହି ମାମଲାରେ ଅଧିକ ସୁରାଗ ପାଇବା ପାଇଁ ଅଭିଯୁକ୍ତମାନଙ୍କୁ ପୋଲିସ ରିମାଣ୍ଡରେ ଆଣିବାକୁ ଯୋଜନା କରୁଛି। ଅନ୍ୟପକ୍ଷରେ ଜବତ ହୋଇଥିବା ୩୪ଟି ବାଇକରୁ ୯ଟିକୁ ପ୍ରକୃତ ମାଲିକକୁ ପୋଲିସ ହସ୍ତାନର କରିଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ଏକ ଗ୍ୟାଙ୍ଗ ଗଢି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରୁ ବାଇକ୍‌ ଚୋରି କରୁଥିଲେ। ବିଶେଷ କରି ପାର୍କ, ହସ୍ପିଟାଲ, କୋର୍ଟ ଭଳି ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ୍‌ ଚୋରି କରୁଥିଲେ। ପାର୍କିଙ୍ଗ ସ୍ଥାନରୁ ମାଷ୍ଟର କି ସାହାଯ୍ୟରେ ବାଇକ୍‌କୁ ଖୋଲି ନେଇଯାଉଥିଲେ। ଏହି ଚୋରି ବାଇକଗୁଡିକୁ ସେମାନେ ଆଠଗଡ. ନୟାଗଡ, ବଡମ୍ବା ଓ ଢେଙ୍କାନାଳ ଆଦି ଅଞ୍ଚଳରେ ଅତି ସ୍ବଳ୍ପ ମୂଲ୍ୟରେ ବିକ୍ରି କରି ଦେଉଥିଲେ। ପୋଲିସ ଏକ ମାମଲା (ନଂ. ୫୪୫/୨୧) ରୁଜୁ କରି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri