ରାଜଧାନୀରୁ ଲୁଟିଥିଲେ ୩୪ ବାଇକ୍‌

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍‌ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଦା ଜିଲା ସଦର ଥାନା ଗୁରୁଜଙ୍ଗରେ ରହୁଥିବା ପ୍ରଶାନ୍ତ ଲେଙ୍କା(୨୬), ରମେଶ ନାୟକ(୨୮), ଜଟଣୀ ଥାନା କୁସୁମାଟି ଗ୍ରାମର ଦୀପକ ନାୟକ(୨୬), କଟକ ଜିଲା ଆଠଗଡ଼ ଇଚ୍ଛାପୁର ଗ୍ରାମର ଦୁଷ୍ମନ୍ତ ବେହେରା(୨୮), ବାଙ୍କି ଥାନା ମଣିପୁର ଗ୍ରାମର ବିଜୁ ନାୟକ(୨୨)। ପୋଲିସ ତାଙ୍କଠାରୁ ୩୪ଟି ବାଇକ୍‌ ଜବତ କରିଛି। ଅଭିଯୁକ୍ତମାନଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ଗ୍ୟାଙ୍ଗରେ ଆଉ କିଛି ସଦସ୍ୟ ଥିବା ପୋଲିସ ଜାଣିବାକୁ ପାଇଛି। ସେମାନଙ୍କୁ ଧରିବାକୁ ପୋଲିସ ଖୋଳତାଡ଼ ଜାରି ରଖିଛି। ତେବେ ଏହି ମାମଲାରେ ଅଧିକ ସୁରାଗ ପାଇବା ପାଇଁ ଅଭିଯୁକ୍ତମାନଙ୍କୁ ପୋଲିସ ରିମାଣ୍ଡରେ ଆଣିବାକୁ ଯୋଜନା କରୁଛି। ଅନ୍ୟପକ୍ଷରେ ଜବତ ହୋଇଥିବା ୩୪ଟି ବାଇକରୁ ୯ଟିକୁ ପ୍ରକୃତ ମାଲିକକୁ ପୋଲିସ ହସ୍ତାନର କରିଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ଏକ ଗ୍ୟାଙ୍ଗ ଗଢି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରୁ ବାଇକ୍‌ ଚୋରି କରୁଥିଲେ। ବିଶେଷ କରି ପାର୍କ, ହସ୍ପିଟାଲ, କୋର୍ଟ ଭଳି ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ୍‌ ଚୋରି କରୁଥିଲେ। ପାର୍କିଙ୍ଗ ସ୍ଥାନରୁ ମାଷ୍ଟର କି ସାହାଯ୍ୟରେ ବାଇକ୍‌କୁ ଖୋଲି ନେଇଯାଉଥିଲେ। ଏହି ଚୋରି ବାଇକଗୁଡିକୁ ସେମାନେ ଆଠଗଡ. ନୟାଗଡ, ବଡମ୍ବା ଓ ଢେଙ୍କାନାଳ ଆଦି ଅଞ୍ଚଳରେ ଅତି ସ୍ବଳ୍ପ ମୂଲ୍ୟରେ ବିକ୍ରି କରି ଦେଉଥିଲେ। ପୋଲିସ ଏକ ମାମଲା (ନଂ. ୫୪୫/୨୧) ରୁଜୁ କରି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri