ଝାରସୁଗୁଡ଼ାରେ ଗୋଟିଏ ଦିନରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୨୨ା୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରିଚାଲିଛି। ଏହାକୁ ନେଇ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବୁଧବାର ଜିଲାରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ ରଘୁନାଥପାଲି ଟିଏମ୍‌ସି, ୬ ଜଣ ବ୍ରଜରାଜନଗର ମ୍ୟୁନିସିପାଲିଟିରୁ, ୩ ଜଣ ଲଖନପୁର ବ୍ଲକରୁ ଓ ୨ ଜଣ ଲଇକେରା ବ୍ଲକ ଅଞ୍ଚଳରୁ ବୋଲି ଜଣାପଡ଼ିଛି। ତେବେ ଜିଲା ପ୍ରଶାସନ ପକ୍ଷରୁ କୋଲାବିରା ବ୍ଲକର ରଘୁନାଥପାଲି ପଞ୍ଚାୟତକୁ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏନେଇ ଜିଲାପାଳ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିପରି ଲଇକେରା ପଞ୍ଚାୟତରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ସୁଶୀଲ କିଶାନ ସ୍ଥାନୀୟ ଅଞ୍ଚଳକୁ ତିନି ଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ଚିହ୍ନଟ ହୋଇଥିବା ୨୬୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri