ସାହାଯ୍ୟ ମାଗୁଛନ୍ତି ତେଲଙ୍ଗାନାରେ ଫଶିଥିବା ୩୪ ଦାଦନ ଶ୍ରମିକ

ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ଜିଲାର ଦାଦନ ଶ୍ରମିକମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଇ ସେଠାରେ ମାଲିକମାନଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ଘଟଣା ବାରମ୍ବାର ସାମ୍‌ନାକୁ ଆସୁଛି। ଗତ ମାସ ୨୫ ତାରିଖରେ କୋମନା ବ୍ଲକର ବିଭିନ୍ନ ଗାଁର ୬୫ଜଣ ଦାଦନ ଶ୍ରମିକ ହାଇଦ୍ରାବାଦ ନିକଟ ସିସିଲା ଚନ୍ଦ୍ରମପେଟ ଇଟାଭାଟିରେ ନିର୍ଯାତିତ ହେଉଥିବା ଅଭିଯୋଗ କରି ଭିଡିଓ ମାଧ୍ୟମରେ ଉଦ୍ଧାର କରିବା ପାଇଁ ଅନୁରୋଧ କରିଥିଲେ। ଏବେ ପୁଣି କୋମନା ବ୍ଲକ ଅଧୀନ ବିଭିନ୍ନ ଗାଁର ୩୪ଜଣ ଦାଦନ ଶ୍ରମିକ ତେଲଙ୍ଗାନାର ବନଗିରି ଥାନା ଚିକଡମାମଲିର ଏକ ଇଟାଭାଟିରେ ନିର୍ଯାତିତ ହେଉଛନ୍ତି। ସେଠାରେ ମାଲିକ ଦ୍ୱାରା ନିର୍ଯାତନାର ଶିକାର ହେଉଥିବା ବେଳେ ଉଦ୍ଧାର କରିବା ଲାଗି ଏକ ଭିଡିଓ ମାଧ୍ୟମରେ ସେମାନେ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି।

ନୂଆପଡ଼ା ଜିଲା କୋମନା ବ୍ଲକରେ ଚଳିତବର୍ଷ ସ୍ବାଭାବିକଠାରୁ କମ ବର୍ଷା ହେବାରୁ ଚାଷ କାର୍ଯ୍ୟ ହୋଇପାରି ନାହିଁ। ଫଳରେ ଲୋକେ କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ସେଠାରେ ନିର୍ଯାତନାର ଶିକାର ହୋଇଥିବା ଘଟଣା ଏବେ ଜଣାପଡ଼ିଛି। ଗତ ଡିସେମ୍ବରରେ ଜଣେ ଦାଦନ ସର୍ଦ୍ଦାରଙ୍କ ସହାୟତାରେ କୋମନା ବ୍ଲକ ବେଲଗାଁରୁ ୯ଜଣ, କୋଟିରିବାହାଲିରୁ ୬ଜଣ, ଠାକୁରପାଲିରୁ ଜଣେ, ଲୋହୋଣ୍ଡୋପାଲିରୁ ୮, ମାଲପଡାରୁ ୧୦ ଏପରି ମୋଟ ୩୪ଜଣ ଦାଦନ ଶ୍ରମିକ ତେଲଙ୍ଗାନାର ବନଗିରି ଥାନା ଚିକଡମାମଲିର ଏକ ଇଟାଭାଟିକୁ କାମ କରିବା ପାଇଁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri