ସାହାଯ୍ୟ ମାଗୁଛନ୍ତି ତେଲଙ୍ଗାନାରେ ଫଶିଥିବା ୩୪ ଦାଦନ ଶ୍ରମିକ

ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ଜିଲାର ଦାଦନ ଶ୍ରମିକମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଇ ସେଠାରେ ମାଲିକମାନଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ଘଟଣା ବାରମ୍ବାର ସାମ୍‌ନାକୁ ଆସୁଛି। ଗତ ମାସ ୨୫ ତାରିଖରେ କୋମନା ବ୍ଲକର ବିଭିନ୍ନ ଗାଁର ୬୫ଜଣ ଦାଦନ ଶ୍ରମିକ ହାଇଦ୍ରାବାଦ ନିକଟ ସିସିଲା ଚନ୍ଦ୍ରମପେଟ ଇଟାଭାଟିରେ ନିର୍ଯାତିତ ହେଉଥିବା ଅଭିଯୋଗ କରି ଭିଡିଓ ମାଧ୍ୟମରେ ଉଦ୍ଧାର କରିବା ପାଇଁ ଅନୁରୋଧ କରିଥିଲେ। ଏବେ ପୁଣି କୋମନା ବ୍ଲକ ଅଧୀନ ବିଭିନ୍ନ ଗାଁର ୩୪ଜଣ ଦାଦନ ଶ୍ରମିକ ତେଲଙ୍ଗାନାର ବନଗିରି ଥାନା ଚିକଡମାମଲିର ଏକ ଇଟାଭାଟିରେ ନିର୍ଯାତିତ ହେଉଛନ୍ତି। ସେଠାରେ ମାଲିକ ଦ୍ୱାରା ନିର୍ଯାତନାର ଶିକାର ହେଉଥିବା ବେଳେ ଉଦ୍ଧାର କରିବା ଲାଗି ଏକ ଭିଡିଓ ମାଧ୍ୟମରେ ସେମାନେ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି।

ନୂଆପଡ଼ା ଜିଲା କୋମନା ବ୍ଲକରେ ଚଳିତବର୍ଷ ସ୍ବାଭାବିକଠାରୁ କମ ବର୍ଷା ହେବାରୁ ଚାଷ କାର୍ଯ୍ୟ ହୋଇପାରି ନାହିଁ। ଫଳରେ ଲୋକେ କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ସେଠାରେ ନିର୍ଯାତନାର ଶିକାର ହୋଇଥିବା ଘଟଣା ଏବେ ଜଣାପଡ଼ିଛି। ଗତ ଡିସେମ୍ବରରେ ଜଣେ ଦାଦନ ସର୍ଦ୍ଦାରଙ୍କ ସହାୟତାରେ କୋମନା ବ୍ଲକ ବେଲଗାଁରୁ ୯ଜଣ, କୋଟିରିବାହାଲିରୁ ୬ଜଣ, ଠାକୁରପାଲିରୁ ଜଣେ, ଲୋହୋଣ୍ଡୋପାଲିରୁ ୮, ମାଲପଡାରୁ ୧୦ ଏପରି ମୋଟ ୩୪ଜଣ ଦାଦନ ଶ୍ରମିକ ତେଲଙ୍ଗାନାର ବନଗିରି ଥାନା ଚିକଡମାମଲିର ଏକ ଇଟାଭାଟିକୁ କାମ କରିବା ପାଇଁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri