ବାଲିଯାତ୍ରା ସଫେଇ ପାଇଁ ସଂସ୍ଥାକୁ ୩୪ ଲକ୍ଷ

କଟକ,୧୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ)୯ ଦିନ ଧରି ଚାଲିଥିବା କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ମଧ୍ୟ ବାଲିଯାତ୍ରା ପଡିଆରେ କୁଢ କୁଢ ଆବର୍ଜନା ଜମି ରହିଥିଲା। ଏହାକୁ ସଫା କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅଭିଯାନ ଆରମ୍ଭ କରାଯାଇ ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କୁ ଶନିବାର ନିୟୋଜିତ କରାଯାଇଥିଲା। ପଡିଆ ସଫେଇ ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଜାଗୃତୀ ନାମକ ଏକ ସଂସ୍ଥାକୁ ୩୪ ଲକ୍ଷ ଟଙ୍କାର କାର୍ଯ୍ୟାଦେଶ ଦିଆଯାଇଛି। ଏହାସତ୍ତ୍ୱେ ନେତା, ବିଧାୟକ, ପୂର୍ବତନ ଜିଲାପାଳ, ସିଏମ୍‌ସି ଅଧିକାରୀଙ୍କ ଉପସ୍ଥିତିରେ କଲେଜ ଛାତ୍ରୀଛାତ୍ରଙ୍କୁ ପଡିଆ ସଫେଇରେ ନିୟୋଜିତ କରାଯାଇଛି। ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଶନିବାର ପୂର୍ବାହ୍ନରେ ବାଲିଯାତ୍ରା ପଡ଼ିଆରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା। ଏଥିରେ କଟକର ୧୩ରୁ ଊର୍ଦ୍ଧ୍ୱ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗଦେଇ ପଡିଆ ସଫା କରିଥିଲେ। ପଡିଆ ସଫେଇ ପାଇଁ ବିନା ଟେଣ୍ଡରେ ଉକ୍ତ ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯାଇଥିବାରୁ କର୍ପୋରେଟରମାନେ ପ୍ରଶ୍ନ କରିଥିଲେ। ଉକ୍ତ ସଂସ୍ଥା ଗତବର୍ଷ ବାଲିଯାତ୍ରାରେ ଭଲ କାର୍ଯ୍ୟ କରିଥିବାରୁ ଚଳିତବର୍ଷ କାର୍ଯ୍ୟାଦେଶ ଦିଆଯାଇଛି ବୋଲି ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ଗତ କାଉନସିଲ୍‌ ବୈଠକରେ କହିଥିଲେ। ଗତବର୍ଷ ବାଲିଯାତ୍ରା ସରିବା ପରେ ସିଏମ୍‌ସି ନିଜସ୍ବ ଖର୍ଚ୍ଚରେ ପଡିଆ ସଫା କରିଥିଲା। ହେଲେ ଚଳିତବର୍ଷ ଏଥିପାଇଁ ଏକ ଅଭିଯାନ କରାଯାଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ପଡିଆ ସଫା କରାଯାଇଛି। ଏନେଇ ସ୍ବାସ୍ଥ୍ୟ ଅଧିକାରୀ ମହାପାତ୍ରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ। ଅପରପକ୍ଷରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ କହିଛନ୍ତି, ସାଧାରଣ ଲୋକ ହିସାବରେ ମୁଁ ଅନୁଭବ କରୁଛି କିଛି କାର୍ଯ୍ୟ ଠିକ୍‌ଠାକ୍‌ ହୋଇନାହିଁ। କିନ୍ତୁ ଶାସକ ଦଳ ନେତା ଭାବେ ମୁଁ ଭାବୁଛି, ମେୟର ସିଏମ୍‌ସି ଭିତରେ ଗଠନ କରିଥିବା କମିଟିର ତଦନ୍ତରୁ ସତ ସାମ୍ନାକୁ ଆସିବ। ଏନେଇ ମେୟର ସୁବାସ ସିଂଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri