ନିର୍ମାଣ ହେବ ୩୪୦୪ କି.ମି. ରାସ୍ତା

ଭୁବନେଶ୍ୱର,୨୨ା୬ (ଅନିଲ ଦାସ) ଗ୍ରାମାଞ୍ଚଳରେ କୌଣସି ସଡ଼କ ଆଉ ଅସଂଯୋଜିତ ହୋଇ ରହିବ ନାହିଁ। ଆନ୍ତଃରାଜ୍ୟ, ଆନ୍ତଃଜିଲା ଓ ଆନ୍ତଃବ୍ଲକ ସହ ସମସ୍ତ ରାସ୍ତା ସଂଯୋଗ ହେବ। ଦୁର୍ଗମ ତଥା ମାଓପ୍ରବଣ ଅଞ୍ଚଳ ରାସ୍ତା ମଧ୍ୟ ନିର୍ମାଣ ହେବ। ଗ୍ରାମାଞ୍ଚଳରେ ଗମନାଗମନ ଏବଂ ଯୋଗାଯୋଗ ପାଇଁ ଲୋକମାନଙ୍କୁ ହଇରାଣ ହେବାକୁ ପଡ଼ିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସମସ୍ତ ରାସ୍ତା ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସରକାର ଆସନ୍ତା ୨ ବର୍ଷରେ ୪୯୪୭ କୋଟି ଟଙ୍କା ବ୍ୟୟରେ ୩୪୦୪.୪୨ କିଲୋମିଟର ନୂତନ ରାସ୍ତା ନିର୍ମାଣ କରିବେ। ଏଥିସହିତ ଚାଲୁ ରହିଥିବା କିମ୍ବା ଅଧାପନ୍ତରିଆ ରାସ୍ତାଗୁଡ଼ିକର ନିର୍ମାଣ ଶେଷ କରାଯିବ। ଏହି ମେଗା ଯୋଜନାକୁ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଆସନ୍ତାବର୍ଷ ରାଜ୍ୟରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଗ୍ରାମାଞ୍ଚଳର ଭିତ୍ତିଭୂମି ଉପରେ ରାଜ୍ୟ ସରକାର ଅଧିକ ଫୋକସ ଦେଇଛନ୍ତି ା
ଗ୍ରାମାଞ୍ଚଳରେ ବର୍ଦ୍ଧିତ ଗମନାଗମନ ଓ ଯୋଗାଯୋଗର ଆବଶ୍ୟକତାକୁ ପୂରଣ କରିବା ପାଇଁ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତାଗୁଡ଼ିକର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ଗ୍ରାମ୍ୟ ଉନ୍ନୟନ ରାସ୍ତା ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କରିବେ। ଏହି ଯୋଜନାରେ ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ମୁଖ୍ୟ ବଜାର, ପର୍ଯ୍ୟଟନସ୍ଥଳ, ବ୍ୟବସାୟ କେନ୍ଦ୍ର ଓ ପଞ୍ଚାୟତ କାର୍ଯ୍ୟାଳୟଗୁଡ଼ିକୁ ଉନ୍ନତମାନର ରାସ୍ତା ସଂଯୋଗ କରାଯିବ। ଏଥିପାଇଁ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୯୧୮ କୋଟି ଟଙ୍କା ବ୍ୟୟରେ ୫୫୪.୬୭ କି.ମି. ନୂତନ ରାସ୍ତା ନିର୍ମାଣ ଓ ଚାଲୁରହିଥିବା ରାସ୍ତାକୁ ସମ୍ପୂର୍ଣ୍ଣ କରାଯିବ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।
ସେହିପର ଆନ୍ତଃରାଜ୍ୟ, ଆନ୍ତଃଜିଲା ଏବଂ ଆନ୍ତଃବ୍ଲକ ମଧ୍ୟରେ ଥିବା ଅସଂଯୋଜିତ ରାସ୍ତାଗୁଡ଼ିକୁ ମୁଖ୍ୟ ରାସ୍ତା ସହ ସଂଯୋଗ କରାଯାଇ ଦ୍ୱୀପ ତଥା ଅପହଞ୍ଚ ଅଞ୍ଚଳରେ ଯୋଗାଯୋଗର ବ୍ୟବସ୍ଥା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ କାର୍ଯ୍ୟକାରୀ କରିବେ। ଏହି ଯୋଜନାରେ ସମ୍ପୃକ୍ତ ଅଞ୍ଚଳଗୁଡ଼ିକର ଗମନାଗମନ ଉନ୍ନତୀକରଣ ହେବା ସହ ବିଭିନ୍ନ ବ୍ଲକ, ଜିଲା ତଥା ପଡ଼ୋଶୀ ରାଜ୍ୟଗୁଡ଼ିକ ମଧ୍ୟରେ ଦୂରତାକୁ ହ୍ରାସ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନାରେ ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷରେ ୬୭୩.୪୯ କିଲୋମିଟର ନୂତନ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ୧୧୬୦ କୋଟିି ଟଙ୍କା ବ୍ୟୟବରାଦ କରାଯାଇଛି। ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।
ଅନେକ ସମୟରେ ପଞ୍ଚାୟତିରାଜ ଓ ଅନ୍ୟାନ୍ୟ ବିଭାଗଗୁଡ଼ିକରୁ ହସ୍ତାନ୍ତର ହୋଇଥିବା ରାସ୍ତାଗୁଡ଼ିକ ମରାମତି ଓ ନିର୍ମାଣରେ ସମସ୍ୟା ସୃଷ୍ଟି ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ
ନିର୍ମାଣ ହେବ ୩୪୦୪ …
ଯୋଜନା ଅଧୀନରେ ହସ୍ତାନ୍ତରିତ ରାସ୍ତାଗୁଡ଼ିକର ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କରିବେ। ଏହି ଯୋଜନାରେ ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ମୁଖ୍ୟ ବଜାର, ପର୍ଯ୍ୟଟନସ୍ଥଳ, ବ୍ୟବସାୟ କେନ୍ଦ୍ର ଓ ପଞ୍ଚାୟତ କାର୍ଯ୍ୟାଳୟଗୁଡ଼ିକୁ ଉନ୍ନତମାନର ରାସ୍ତା ନିର୍ମାଣ କରାଯିବ। ମୁଖ୍ୟସ୍ରୋତରୁ ବଞ୍ଚିତ ହେଉଥିବା ଲୋକମାନଙ୍କର ଜୀବନଶୈଳୀରେ ପରିବର୍ତ୍ତନ ହୋଇପାରିବ। ଏଥିପାଇଁ ୨୦୨୩-୨୪ ଓ ୨୦୨୪-୨୫ ବର୍ଷ ପାଇଁ ସରକାର ୧୮୧୪.୯୨ କିଲୋମିଟର ନୂତନ ରାସ୍ତା ନିର୍ମାଣ କରିବା ସହ ଚାଲୁ ରହିଥିବା ରାସ୍ତାଗୁଡ଼ିକ ପାଇଁ ୧୮୯୩ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିପରି ଦୁର୍ଗମ ପାର୍ବତ୍ୟାଞ୍ଚଳ, ମାଓବାଦୀ ପ୍ରବଣ ଜିଲାରେ ଅପହଞ୍ଚ ଓ ଅସଂଯୋଜିତ ଗ୍ରାମ ଓ ଅନ୍ୟାନ୍ୟ ଜିଲାରେ ଅସଂଯୋଜିତ ଦ୍ୱୀପଗୁଡ଼ିକୁ ମୁଖ୍ୟ ସଡ଼କ ସହ ସଂଯୋଗ କରାଯିବ। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଉକ୍ତ ଅଞ୍ଚଳରେ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ୨ ବର୍ଷ ସକାଶେ ୯୭୬ କୋଟି ଟଙ୍କା ବ୍ୟୟରେ ୩୬୧.୩୪ କିଲୋମିଟର ରାସ୍ତା ନିର୍ମାଣ କରାଯିବ। ଏଥିସହିତ ଚାଲୁ ରହିଥିବା ରାସ୍ତାଗୁଡ଼ିକ ମଧ୍ୟ ସମ୍ପୂର୍ଣ୍ଣ କରାଯିବ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବଗୁଡ଼ିକୁ କ୍ୟାବିନେଟ ମଞ୍ଜୁର ମିଳିଛି।
କ୍ୟାବିନେଟରେ ବିଭିନ୍ନ ବିଭାଗର ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
ବୈଠକ ଶେଷରେ ରାଜ୍ୟ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ସଉରା ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିସ କରାଯିବା ଏବଂ ମା’ ମଝିଘରିଆଣୀ ମନ୍ଦିର, ରାୟଗଡ଼ାର ଭିତ୍ତିଭୂମି ବିକାଶ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ କରାଯାଇଥିବା ସମ୍ପର୍କରେ ସୂଚନା ଦେଇଥିଲେ। ଏଥିସହିତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅନ୍ୟାନ୍ୟ ପ୍ରସ୍ତାବ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri