ଅସୁରକ୍ଷିତ ଅବସ୍ଥାରେ ମିନାବଜାର

ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର, ଗିରି ମାର୍କେଟ, ସବ୍‌ରେଜିଷ୍ଟ୍ରାର ଅଫିସ, ରାମଲିଙ୍ଗମ୍‌ ଟ୍ୟାଙ୍କ ରୋଡ, ସତ୍ୟ ନାରାୟଣ ମନ୍ଦିର ରାସ୍ତା, ଅନ୍ନପୂର୍ଣ୍ଣା ମାର୍କେଟ, ଗୌତମ ସିନେମା ହଲ ରାସ୍ତା, ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ରାସ୍ତା ପ୍ରଭୃତିରେ ସନ୍ଧ୍ୟା ହେବା କ୍ଷଣି ଲୋକାରଣ୍ୟ ହୋଇପଡ଼ୁଛି। ମିନା ବଜାରଗୁଡ଼ିକ ଅତ୍ୟନ୍ତ ଅସୁରକ୍ଷିତ ଅବସ୍ଥାରେ ରହିଛି। ଭିଡ଼ ଫାଇଦା ନେବାକୁ ଯାଇ ଅସାମାଜିକ ଯୁବକମାନେ ଗଣ୍ଡଗୋଳ ଘଟାଉଛନ୍ତି।

ବେଳେ ଟ୍ରାଫିକ ନିୟନ୍ତ୍ରଣ ସାଙ୍ଗକୁ ଲୋକଙ୍କ ଧନଜୀବନ ସୁରକ୍ଷା ଦେବାରେ ପୋଲିସ ଏକପ୍ରକାର ବିଫଳ ହୋଇଥିବା ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ଅନୁମତି ପାଇଥିବା କହି ମିନା ବଜାର ସଂସ୍ଥା ମାଲିକମାନେ ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି। ଟ୍ରାଫିକ ସମସ୍ୟା ଓ ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ ମିନା ବଜାରଗୁଡ଼ିକ ସହର ବାହାରେ ଖୋଲାଯିବା କଥା। ହେଲେ ସେହି ନିୟମ ଏଠାରେ ଲାଗୁ ହେଉନାହିଁ। ମିନା ବଜାର ପରିସରରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ନାହିଁ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ ନିୟମ ମୁତାବକ ହୋଇ ନ ଥିବା ଅଭିଯୋଗ ହେଉଛି। ମିନା ବଜାରକୁ ଆସୁଥିବା ଲୋକମାନେ ପାର୍କିଂ ସୁବିଧା ନ ପାଇ ରାସ୍ତା କଡ଼ରେ ଗାଡ଼ି ରଖୁଛନ୍ତି। ଫଳରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଏହି ରାସ୍ତା ପୂରା ଜାମ୍‌ ରହୁଛି। ଏନେଇ ଅଭିଯୋଗ କଲେ ପୋଲିସ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। କେତେକ ଅସାମାଜିକ ବ୍ୟକ୍ତି ପୋଲିସକୁ ହାତ କରି ରାସ୍ତା କଡ଼ରୁ ପାର୍କିଂ ଆଳରେ ଚାନ୍ଦା ଆଦାୟ କରୁଛନ୍ତି। ଗୋଟିଏ ପଟେ ରାସ୍ତା ସଂକୀର୍ଣ୍ଣ ଥିବା ବେଳେ ଅନ୍ୟପଟେ ରାମଲିଙ୍ଗମ ପୋଖରୀ ରାସ୍ତା ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏଭଳି ସ୍ଥିତିରେ ଏହି ରାସ୍ତା କଡ଼ରେ ଯାନବାହନ ପାର୍କିଂ ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସ୍ବାଭାବିକ। ଟ୍ରାଫିକ ସମସ୍ୟା ଓ ଲୋକଙ୍କ ସୁରକ୍ଷାକୁ ନେଇ ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି କୁହନ୍ତି, ମିନା ବଜାର ପାଇଁ ଅନୁମତି ମିଳିଥିବା କଥା ସେ ଶୁଣିଛନ୍ତି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକୁ ପାଳନ ସହ ୩ୟ ଓ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ଜିଲାରୁ ୩୦୦ କନଷ୍ଟେବଳ ଓ ୫ ଥାନାଧିକାରୀ ପୁରୀ ଓ କେନ୍ଦ୍ରାପଡ଼ା ଅଞ୍ଚଳକୁ ଡ୍ୟୁଟିରେ ଯାଇଛନ୍ତି। ଆମ ପାଖରେ ଥିବା ଓଆର କନଷ୍ଟେବଳ ଓ ଷ୍ଟୁଡେଣ୍ଟ ଭଲ୍ୟୁଣ୍ଟିୟରଙ୍କୁ ନେଇ ମା’ଙ୍କ ଯାତ୍ରାସ୍ଥଳ ଓ ଅନ୍ୟ ଅଞ୍ଚଳରେ ଦେଖା ଦେଉଥିବା ଟ୍ରାଫିକ ସମସ୍ୟାର ସମାଧାନ କରାଯାଉଛି। ମିନାବଜାର ଯୋଗୁ ଟ୍ରାଫିକ ସମସ୍ୟା ଯଦି ଗୁରୁତର ହେବ ତା’ହେଲେ ସେ ଦିଗରେ ବିକଳ୍ପ ପଦକ୍ଷେପ ସ୍ବରୂପ ଏହାକୁ ବନ୍ଦ କରିବା ପାଇଁ ପଦକ୍ଷେପ ନିଆଯିବ। ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ପଣ୍ଡା କୁହନ୍ତି, ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ମିନା ବଜାର ସଂସ୍ଥା ମାଲିକମାନଙ୍କୁ ଅଗ୍ନି ନିର୍ବାପକ ବ୍ୟବସ୍ଥା କଡ଼ାକଡ଼ି ଭାବେ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୋଗ ପରେ ଉପଜିଲାପାଳ ଦିଗନ୍ତ ରାଉତରାୟ କୁହନ୍ତି, ବ୍ରହ୍ମପୁରରେ ଖୋଲିଥିବା ତିନୋଟି ମିନା ବଜାରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବ୍ରହ୍ମପୁର ତହସିଲଦାରଙ୍କ ନେତୃତ୍ୱରେ ଟିମ୍‌ ଯାଞ୍ଚ କରି ତା’ର ରିପୋର୍ଟ ଉପଜିଲାପାଳଙ୍କ ନିକଟରେ ଦାଖଲ କରିବ।


All Right Reserved By Dharitri.Com

ରଙ୍ଗିପୁର ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଭକ୍ତଙ୍କ ଭିଡ଼

ଗୋପାଳପୁର,୨୧।୫-ରଙ୍ଗେଇଲୁଣ୍ଡା ବ୍ଲକ ରଙ୍ଗିପୁର ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ୧୬ ତାରିଖରୁ ଆରମ୍ଭ ହୋଇଛି। ମଙ୍ଗଳବାର ଏହି ଯାତ୍ରା ଷଷ୍ଠ ଦିବସରେ ପହଞ୍ଚତ୍ଛି। ମା’...

ମିଠାଦୋକାନ ଜଳିଗଲା

ଦିଗପହଣ୍ଡି,୧୨ା୯(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗ୍ରାମରେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଅଗ୍ନିକାଣ୍ଡ ଘଟି ସୁନିଲ ପାଣିଗ୍ରାହୀଙ୍କ ମିଠା ଦୋକାନ ଜଳିଯାଇଛି। ଦୋକାନରେ...

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ...

ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ...

ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୧୫ା୨ – ରନ୍ଧନ ଗ୍ୟାସ ଏଲ୍‌ପିଜି ମୂଲ୍ୟ ବୃଦ୍ଧି କରାଯାଇଥିବା ପ୍ରତିବାଦରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କର୍ମକର୍ତ୍ତାମାନେ...

ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ

ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ...

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଗିରଫ ହେଲେ ହିତାଧିକାରୀ

ଭଞ୍ଜନଗର,୨୩।୨(ଡି.ଏନ.ଏ.)-ଏବେବି ଅନେକ ଯୋଗ୍ୟ ହିତାଧିକାରୀଙ୍କ ନାମ ରାଶନକାର୍ଡ଼ ତାଲିକାରେ ନାହିଁ। ନିକଟରେ ନାମ ସଂଯୋଗ ନେଇ ମଧ୍ୟ ସରକାରଙ୍କର କୌଣସି ବ୍ୟବସ୍ଥା ନାହିଁ। ତେଣୁ ରାଶନକାର୍ଡ଼ରୁ...

Leave a comment

Your email address will not be published. Required fields are marked *